ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଲେ ପ୍ରତାପ ଜେନା

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍‌ ଇଣ୍ଡିଆ ପକ୍ଷରୁ ଶନିବାର ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଛନ୍ତି। ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର ଦକ୍ଷତା ବିକାଶ ଏବଂ ଔଦ୍ୟୋଗିକ ମନ୍ତ୍ରୀ ଡକ୍ଟର ମହେନ୍ଦ୍ର ନାଥ ପାଣ୍ଡେଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।
ଫେମ ଇଣ୍ଡିଆ ପକ୍ଷରୁ ମନ୍ତ୍ରୀମାନଙ୍କ ବିଭିନ୍ନ କାର୍ଯ୍ୟର ଆକଳନ ସହ ସରକାରୀ ଯୋଜନାଗୁଡିକୁ ଠିକଣା ବାଟରେ ନେବା, ଦାୟିତ୍ୱସମ୍ପନ୍ନ ହୋଇ କାର୍ଯ୍ୟ କରିବା ଓ ସର୍ବୋପରି ଦୁର୍ନୀତିଠାରୁ ଦୂରେଇ ରହିବା ଆଦି ଦିଗକୁ ଆକଳନ କରାଯିବା ପରେ ଏହି ଜାତୀୟ ସ୍ତରର ପୁରସ୍କାର ପ୍ରଦାନ କରାଯାଇଥାଏ।
ଉଲ୍ଲେଖନୀୟ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ ମନ୍ତ୍ରୀଭାବେ ଜେନା ଦାୟିତ୍ୱ ନିର୍ବାହ କରୁଛନ୍ତି। ଜେନା ମାହାଙ୍ଗା ନିର୍ବାଚନମଣ୍ଡଳୀରୁ ପଞ୍ଚମଥର ପାଇଁ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିବାବେଳେ ବିଜୁ କୃଷକ ଜନତା ଦଳର ସାଧାରଣ ସମ୍ପାଦକ ଅଛନ୍ତି। ୨୦୦୯ ରୁ ୨୦୧୨ ପର୍ଯ୍ୟନ୍ତ ଜେନା ରାଜ୍ୟ ସରକାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀଭାବେ ଦାୟିତ୍ୱ ତୁଲାଇ ଥିବାବେଳେ ବିଜେଡିର ଚତୁର୍ଥ ପାଳି ସରକାରରେ ୨୦୧୭ରୁ ୨୦୧୯ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଆଇନ୍‌, ସୂଚନା ଓ ଲୋକସମ୍ପର୍କ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ସୁଚାରୁ ରୂପେ ଦାୟିତ୍ୱ ତୁଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?