Posted inଜାତୀୟ

ସର୍ବୋଚ୍ଚ ରାମ ମୂର୍ତ୍ତି ନିର୍ମାଣରେ ଅନିଶ୍ଚିତତା

ଅଯୋଧ୍ୟା,୧୩ା୮(ଆଇଏଏନ୍‌ଏସ୍‌): ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଦୈନନ୍ଦିନ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିବାବେଳେ ସେପଟେ ଶ୍ରୀରାମଙ୍କର ସର୍ବୋଚ୍ଚ ମୂର୍ତ୍ତି ସ୍ଥାପନକୁ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। କାରଣ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣରେ ପ୍ରତିବନ୍ଧକ ଦେଖାଯାଇଛି। ସରଯୁ ନଦୀକୂଳ ମିର୍‌ପୁର ଅଞ୍ଚଳରେ ଏଥିପାଇଁ ଜମି ଅଧିଗ୍ରହଣ ହେବାକୁ ଥିବାବେଳେ ପ୍ରସ୍ତାବିତ ଜମିରେ ୫ଟି ମନ୍ଦିର, ୨୨ଜଣଙ୍କର ବ୍ୟକ୍ତିଗତ ଜମି, ୫୧୭ଟି ଗଛ ଓ ୧୬୫ଟି ଘର ରହିଛି। ପ୍ରକଳ୍ପ ଦ୍ୱାରା ପ୍ରଭାବିତ ହେବାକୁ ଥିବା ୮୫ ପ୍ରତିଶତ ଲୋକ ଜମି ଛାଡ଼ିବାକୁ ରାଜି ହେଉନାହାନ୍ତି। ସେମାନଙ୍କ ପ୍ରତିବାଦ ଯୋଗୁ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ। ଉକ୍ତ ସ୍ଥାନ ବଦଳରେ ଜାତୀୟ ରାଜପଥ ପାର୍ଶ୍ୱରୁ ଜମି ଅଧିଗ୍ରହଣ କରିବାକୁ ଏବଂ ବିସ୍ଥାପିତ ହେବାକୁ ଥିବା ଲୋକଙ୍କୁ ଅନ୍ୟତ୍ର ଥଇଥାନ କରାଇବା ପାଇଁ ସରଯୁ କଲୋନି ବାସିନ୍ଦା ସଂଘ ପକ୍ଷରୁ କୁହାଯାଇଛି। ବିବାଦ ଏବେ ହାଇକୋର୍ଟରେ ପହଞ୍ଚତ୍ଛି।
ସରଯୁ ନଦୀକୂଳରେ ୧୦୦ ଏକର ଜମି ଉପରେ ରାମଙ୍କ ପ୍ରତିମୂର୍ତ୍ତି ପ୍ରକଳ୍ପ ନିର୍ମାଣ ପରିକଳ୍ପନା କରାଯାଇଥିଲା। ୫୦ ମିଟର ଉଚ୍ଚ ପ୍ଲାଟଫର୍ମ ଉପରେ ନିର୍ମିତ ଏହି ମୂର୍ତ୍ତିର ଉଚ୍ଚତା ୨୫୧ ମିଟର ହେବ, ଯାହାକି ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତିର ମାନ୍ୟତା ପାଇବ। ଉକ୍ତ ପ୍ରତିମୂର୍ତ୍ତି ତଳେ ରାମ ମ୍ୟୁଜିୟମ ନିର୍ମାଣ ହେବ ଯେଉଁଠାରେ ଭଗବାନ ବିଷ୍ଣୁଙ୍କ ସମସ୍ତ ଅବତାର ପ୍ରଦର୍ଶିତ ହେବ। ଏହି ଡିଜିଟାଲ ମ୍ୟୁଜିୟମରେ ଫୁଡ୍‌ ପ୍ଲାଜା, ଲାଇବ୍ରେରି, ଫଟୋ ଗ୍ୟାଲେରି ଆଦି ରହିବ। ଉତ୍ତରପ୍ରଦେଶ ପର୍ଯ୍ୟଟନ ବିଭାଗ ଜମି ଅଧିଗ୍ରହଣ ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା ଲାଗି ସେ ୩ ତାରିଖରେ ଅଯୋଧ୍ୟା ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri