Posted inଖେଳ

ସର୍ବ ଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଆନ୍ତଃ ଜୋନ୍‌ ଚେସ୍‌: ଏସ୍‌ଆର୍‌ଏମ୍‌ ଚାମ୍ପିୟନ

ଭୁବନେଶ୍ୱର,୨୨।୧(ସ୍ପୋର୍ଟ୍ସ ବ୍ୟୁରୋ)- ସ୍ଥାନୀୟ କିଟ୍‌ ବିଶ୍ୱବିଦ୍ୟାଳୟର ଅନ୍ତର୍ଜାତୀୟ ଚେସ୍‌ ହଲ୍‌ରେ ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଆନ୍ତଃ ଜୋନ୍‌ ଚେସ୍‌ ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଛି। ଏହି ଟୁର୍ନାମେଣ୍ଟରେ ନର୍ଥ, ସାଉଥ୍‌, ଇଷ୍ଟ ଓ ଓ୍ବେଷ୍ଟ ଜୋନ୍‌ରୁ ୪ଟି ଲେଖାଏ ଏପରି ମୋଟ ୧୬ଟି ଦଳ ଅଂଶଗ୍ରହଣ କରିଥିଲେ। ଚେନ୍ନାଇର ବିଶ୍ୱବିଦ୍ୟାଳୟ ଗୁଡିକ ଏଥିରେ ବାଜି ମାରିଛନ୍ତି। ଚେନ୍ନାଇର ଦଳଗୁଡିକ ପ୍ରଥମ, ଦ୍ୱିତୀୟ ଓ ଦୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏସ୍‌ଆରଏମ୍‌ ବିଶ୍ୱବିଦ୍ୟାଳୟ ପ୍ରଥମ ସ୍ଥାନ ଅଧିକାର କରି ଚାମ୍ପିୟନ ହୋଇଥିବା ବେଳେ ଚେନ୍ନାଇର ଅନ୍ୟତମ ବିଶ୍ୱବିଦ୍ୟାଳୟ ୟୁନିଭର୍ସିଟି ଅଫ୍‌ ମାଡ୍ରାସ୍‌ ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ଚେନ୍ନାଇର ଆନ୍ନା ବିଶ୍ୱବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଛି। ତେବେ ପୁଣେର ସାବିତ୍ରୀ ଫୁଲେ ବିଶ୍ୱବିଦ୍ୟାଳୟ ଚତୁର୍ଥ ସ୍ଥାନରେ ରହିଛି। ପ୍ରଫେସର ଅଚ୍ୟୁତ ସାମନ୍ତ ବିଜେତା ଦଳଗୁଡିକୁ ଅଭିନନ୍ଦନ ଜଣାଇବା ସହ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଉଦ୍‌ଯାପନୀ ଉତ୍ସବରେ ସାଇର ବରିଷ୍ଠ ନିର୍ଦ୍ଦେଶକ ପି. ବୀରେନ୍ଦ୍ର ଭଣ୍ଡାରକର, ଭୁବନେଶ୍ୱର ସ୍ଥିତ କଲେଜ ଅଫ୍‌ ଫିଜିକାଲ ଏଡୁକେଶନ ପ୍ରିନ୍ସିପାଲ ମନମୋହନ ରାଉତ ଓ କିଟ୍‌ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ନିର୍ଦ୍ଦେଶକ ଗଗନେନ୍ଦୁ ଦାଶ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri