ସର୍ଭେ କରିବାକୁ ଯାଇ ନଦୀରେ ନିଖୋଜ ଘଟଣା: ଛତିଶଗଡ଼ରୁ ମିଳିଲା ସୌଭାଗ୍ୟଙ୍କ ମୃତଦେହ

ବେଗୁନିଆପଡା,୨୩ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ କୋଦଳା ଥାନା ଅନ୍ତର୍ଗତ ବଡଖଇରଖମା ଗ୍ରାମର ସୌଭାଗ୍ୟ କୁମାର ମହାରଣା ଗତ ୧୭ତାରିଖରେ ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ନଦୀକୁ ଜଳସ୍ତର ମାପିବାକୁ ଯାଇ ନିଖୋଜ ଥିଲେ। ୫ ଦିନ ପରେ ବୁଧବାର ଛତିଶଗଡରେ ନଦୀରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପ୍ରକାଶ ଯେ, ପାଙ୍ଗାମ ନଦୀରେ ବିଜୟଓ୍ବାଡା-ରାଞ୍ଚତ୍ ଜାତୀୟ ରାଜପଥ ୩୨୬ ଅଧୀନରେ ନୂତନ ଭାବେ ନିର୍ମାଣ ହେବାକୁ ଥିବା ବ୍ରିଜ ପାଇଁ ଜଳସ୍ତର ସର୍ଭେ କରିବାକୁ ଭୁବନେଶ୍ୱର ବିକେ କନ୍‌ସଲଟାନ୍‌ସିର ସୌଭାଗ୍ୟ ଓ ଅନ୍ୟ ୪ ଜଣ ଯାଇଥିଲେ। ଜଳସ୍ତର ମାପୁଥିବା ବେଳେ ସୌଭାଗ୍ୟଙ୍କ ଗୋଡ ଖସି ଯାଇଥିଲା। ଲଗାଣ ବର୍ଷା ଯୋଗୁ ନଦୀରେ ଜଳସ୍ତର ଅଧିକ ଥିବାରୁ ସେ ବୁଡି ନିଖୋଜ ହୋଇଯାଇଥିଲେ। ଏହା ଦେଖି ସାଥୀ କର୍ମଚାରୀମାନେ ମାଥିଲି ଥାନାକୁ ଯାଇ ଖବର ଦେଇଥିଲେ। ପୋଲିସ ଏବଂ ଓଡ୍ରାଫ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚତ୍ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳି ନ ଥିଲା।ଗୁରୁବାର ଛତିଶଗଡ ଅଞ୍ଚଳରେ ନଦୀରୁ ସୌଭାଗ୍ୟଙ୍କ ମୃତଦେହ ମିଳିବା ପରେ ସେଠାକାର ପୋଲିସ ପକ୍ଷରୁ ଏ ନେଇ ବିକେ କନ୍‌ସଲଟାନ୍‌ସିକୁ ଖବର ଦିଆଯାଇଥିଲା। ପରେ ପରିବାର ଲୋକ ଛତିଶଗଡ଼ରେ ପହଞ୍ଚତ୍ ସେଠାରେ ମୃତଦେହ ସତ୍କାର କରିଛନ୍ତି। ସୌଭାଗ୍ୟ ଯେଉଁ କମ୍ପାନୀରେ କାମ କରୁଥିଲେ ଉକ୍ତ କମ୍ପାନୀ ପକ୍ଷରୁ ତାଙ୍କ ପରିବାରକୁ ତୁରନ୍ତ କ୍ଷତିପୂରଣ ଦେବା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri