ସଲଙ୍ଗାବାହାଲ ବଜାର ରାସ୍ତା ମରାମତି: ବିଭାଗ କଲାନି, ପୋଲିସ କର୍ମଚାରୀ କରାଇଲେ

କୁଆଁରମୁଣ୍ଡା,୨୨।୮(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର-ସଲଙ୍ଗାବାହାଲ ପୂର୍ତ୍ତ ବିଭାଗ ରାସ୍ତାର ସଲଙ୍ଗାବାହାଲ ବଜାର ନିକଟରେ ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଗତ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ହେଲା ରାସ୍ତା ମରଣଯନ୍ତା ପାଲଟି ଥିଲେ ମଧ୍ୟ ବିଭାଗ ପକ୍ଷରୁ ଏହାର ମରାମତି କାର୍ଯ୍ୟ କରାଯାଉ ନ ଥିଲା। ଫଳରେ ଉକ୍ତ ରାସ୍ତା ଦେଇ ବସ୍‌, ଟ୍ରକ ଠାରୁ ଆରମ୍ଭ ଆରମ୍ଭ କରି ବାଇକ୍‌ ଯାତାୟାତରେ ବହୁ ସମସ୍ୟା ହେଉଥିଲା। ଉକ୍ତ ବଜାର ନିକଟବର୍ତ୍ତୀ ଅଞ୍ଚଳରେ ଥିବା ଉକ୍ତ ରାସ୍ତାର ୪ରୁ ୫ଟି ଖାଲ ଚଳିତ ବର୍ଷାଋତୁରେ ଗାଡ଼ିଆ ଆକାର ଧାରଣ କରିଥିଲା। ସାଧାରଣ ପଥଚାରୀ ଉକ୍ତ ରାସ୍ତା ଦେଇ ଯାତାୟାତ କରିବା ମଧ୍ୟ ସମ୍ଭବ ହେଉ ନ ଥିଲା। ଏହି ଅବସ୍ଥାରେ ସାଧାରଣ ଲୋକେ ସବୁଦିନ ଅଭିଯୋଗ କରୁଥିଲେ ମଧ୍ୟ ବିଭାଗ ପକ୍ଷରୁ ଏହାର ମରାମତି କାର୍ଯ୍ୟ କରାଯାଉ ନ ଥିଲା। ଏପରି ଅବସ୍ଥାରେ ଏହି ରାସ୍ତାର ମରାମତି କାର୍ଯ୍ୟ ପୋଲିସ କର୍ମଚାରୀ କରାଇଛନ୍ତି। ସ୍ଥାନୀୟ ରାଏବୋଗା ଥାନା କର୍ମଚାରୀମାନେ ସ୍ବତଃସ୍ପୁର୍ତ୍ତଭାବେ ଗୁରୁବାର ଏପରିକରି ସାମାଜିକ କାର୍ଯ୍ୟର ଉଦାହରଣ ସୃଷ୍ଟି କରିଛନ୍ତି। ରାଏବୋଗା ଥାନା ଅଧିକାରୀ ବିଜୟ କୁମାର ସିଂଙ୍କ ତତ୍ତ୍ୱାବଧାନରେ ପୋଲିସ କର୍ମଚାରୀମାନେ ଲୋକ ଲଗାଇ ମରାମତି କରିଥିଲେ। ସଲଙ୍ଗାବାହାଲ ନିକଟବର୍ତ୍ତୀ ଉକ୍ତ ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାଗୁଡିକରେ ବୋଲଡର ପକାଇ ପୋତିବା ଯୋଗୁ ଯାତାୟାତ ବ୍ୟବସ୍ଥା ସୁଗମ ହୋଇଛି। ଫଳରେ ଉକ୍ତ ରାସ୍ତା ଦେଇ ଏବେ ଗାଡି ଚଳାଚଳ ଠାରୁ ଆରମ୍ଭ କରି ପଥଚାରୀମାନେ ଖୁସିରେ ଯାତାୟାତ କରିପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri