ସଲମାନଙ୍କ ଫିଲ୍ମ ଦେଖିବାକୁ ପ୍ରଶଂସକଙ୍କ ଏମିତି ନିଶା : ପୂରା ହଲ୍‌ ବୁକ୍‌ କରିଦେଲେ

ସଲମାନ ଖାନ୍‌ଙ୍କ ଫିଲ୍ମ ‘ଭାରତ’କୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଅନେକ ଉତ୍ସାହ ଦେଖାଦେଇଛି। ଏହି ଫିଲ୍ମ ଆସନ୍ତା ୫ ତାରିଖରେ ରିଲିଜ ହେବ। ଏବେଠୁ ଫିଲ୍ମର ଆଡ୍‌ଭାନ୍ସ ବୁକିଂ ଆରମ୍ଭ ହୋଇଗଲାଣି। ଫିଲ୍ମ ଦେଖିବା ପାଇଁ ପ୍ରଶଂସକଙ୍କ ମଧ୍ୟରେ ଏମିତି ନିଶା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ସଲମାନଙ୍କ ଜଣେ ପ୍ରଶଂସକ ପୂରା ସିନେମା ହଲ୍‌ ବୁକିଂ କରିଦେଇଛନ୍ତି।
ଯୁବକ ଜଣକ ହେଲେ ନାସିକ୍‌ରେ ରହୁଥିବା ଆଶିଷ ସିଂଘଲ। ଫିଲ୍ମ ରିଲିଜର ପ୍ରଥମ ଶୋ’ ଦେଖିବା ପାଇଁ ଆଶିଷ ନାସିକର ଏକ ସିନେମା ହଲ ବୁକ୍‌ କରିଛନ୍ତି। ଏହି ଫିଲ୍ମରେ ସଲମାନ୍‌ଙ୍କୁ ଅଲଗା ଅଲଗା ଲୁକ୍‌ରେ ଦେଖିବାକୁ ମିଳିବ। ଅଲ୍ଲୀ ଅବାସ ଜାଫରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ସଲମାନ୍‌ ଯୁବ ସର୍କସ ଚାମ୍ପିୟନଠାରୁ ଆରମ୍ଭ କରି ୬୦ ବର୍ଷ ବୃଦ୍ଧ ଭୂମିକାରେ ମଧ୍ୟ ଅଭିନୟ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କ୍ୟାଟ୍ରିନା କୈଫ୍‌, ଦିଶା ପଟାନୀ, ତବୁ, ସୁନୀଲ ଗ୍ରୋଭର, ଜ୍ୟାକିଶ୍ରଫ୍‌ଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri