ସଲମାନଙ୍କ ବିବାହକୁ ନେଇ ମଜା କଲେ ଅର୍ଚ୍ଚନା

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କ ବିବାହକୁ ନେଇ ଏପର୍ଯ୍ୟନ୍ତ ପ୍ରଶ୍ନ କରୁଛନ୍ତି ତାଙ୍କ ପ୍ରଶଂସକ। ହେଲେ ନିକଟରେ ସଲମାନ ତାଙ୍କ ଫିଲ୍ମ ‘ଦବଙ୍ଗ-୩’ର ପ୍ରମୋଶନ ପାଇଁ ‘କପିଲ ଶର୍ମା ଶୋ’କୁ ଆସିଥିବା ବେଳେ ଏହାକୁ ନେଇ ମଜା କରିଥିଲେ ଅର୍ଚ୍ଚନା ପୁରନ ସିଂ। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସଲମାନଙ୍କ ସହ ପ୍ରମୋଶନରେ ଆସିଥିଲେ ଫିଲ୍ମର ନେଗେଟିଭ କ୍ୟାରେକ୍ଟର ସୁଦିପ କିଚ୍ଚା। ତେବେ କପିଲ ଦବଙ୍ଗ-୩ର ଟିମ୍‌ ମେମ୍ବରଙ୍କ ସହ ମଜା କରୁଥିବା ବେଳେ ଅର୍ଚ୍ଚନା ସୁଦିପଙ୍କୁ କହିଥିଲେ ସଲମାନଙ୍କ ସହ ତୁମର କିଛି ସାମଞ୍ଜସ୍ୟ ରହିଛି। ଏହାଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସୁଦିପ ପ୍ରଥମେ ‘ହୁଚ୍ଚ’ ଫିଲ୍ମ କରିଥିଲେ ଏହାପରେ ଏହାର ରିମେକ ‘ତେରେ ନାମ’ କରିଥିଲେ ସଲମାନ। ସେମିତି ସୁଦିପ ପ୍ରଥମେ ‘ପହଲଓ୍ବାନ’ ଫିଲ୍ମ କରିଥିବା ବେଳେ ଏହାପରେ ସଲମାନ କଲେ ‘ସୁଲତାନ’। ଏହାପରେ ଅର୍ଚ୍ଚନା କହିଥିଲେ ସୁଦିପ ବିବାହ କରିଥିଲେ ଏତିକିରେ ସବୁ ଦର୍ଶକେ କିଛି ସମୟ ପାଇଁ ଚୁପ୍‌ ହୋଇଯାଇଥିଲେ। ଏହାପରେ ସମସ୍ତେ ଏହାର ଅର୍ଥକୁ ବୁଝି ହସିବାକୁ ଲାଗିଥିଲେ। ଏହାକୁ ଦେଖି ସଲମାନ କିନ୍ତୁ ଚୁପ୍‌ ହୋଇ ଯାଇଥିଲେ। କିଛିଦିନ ପୂର୍ବେ ଅରବାଜ ଖାଁଙ୍କୁ ମଧ୍ୟ ସଲମାନଙ୍କ ବିବାହକୁ ନେଇ ପ୍ରଶ୍ନ କରାଯାଇଥିଲା। ସେ କିନ୍ତୁ କହିଥିଲେ ଏହି ପ୍ରଶ୍ନ ପଚାରି ପଚାରି ଲୋକେ କେମିତି ଥକି ପଡୁ ନାହାନ୍ତି। ଏବେ ଆଉ ପ୍ରଶ୍ନ ପଚାରିବା ଆବଶ୍ୟକ ନାହିଁ ବରଂ ସେ ଯେବେ ବିବାହ କରିବେ ତାହା ନିଜେ ଜଣାଇଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri