ସଲ୍‌ମାନଙ୍କ ବଦାନ୍ୟତା

ମୁମ୍ବାଇ: କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଦେଶବାସୀଙ୍କୁ ତଥା ସରକାରଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଅନେକ ବଲିଉଡ୍‌ ତାରକା। ଏଥିମଧ୍ୟରେ ସୁପରଷ୍ଟାର୍‌ ସଲ୍‌ମାନ ଖାନ୍‌ ମଧ୍ୟ ସାମିଲ ଅଛନ୍ତି। ଏଭଳି ପରିସ୍ଥିତିରେ ସେ ଲଗାତର ଅଭାବୀ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ବର୍ତ୍ତମାନ ସେ ତାଙ୍କ ଫାର୍ମ ହାଉସ୍‌ରେ ରହୁଛନ୍ତି। କିନ୍ତୁ ତା’ ସତ୍ତ୍ୱେ ସେ ଲୋକଙ୍କୁ ସାହାଯ୍ୟ କରିବାର ସୁଯୋଗ ଛାଡ଼ୁନାହାନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିିଛି, ଯେଉଁଥିରେ ସେ ଅଭାବୀ ଲୋକଙ୍କ ପାଇଁ ଖାଦ୍ୟ ସାମଗ୍ରୀକୁ ଟ୍ରାକ୍ଟର, ଟ୍ରଲି ଓ ଶଗଡ଼ ଗାଡ଼ିରେ ଲୋଡ୍‌କରି ବଣ୍ଟନ ପାଇଁ ପଠାଉଥିବା ଦେଖିବାକୁ ମିଳିଛି। ସଲମାନ୍‌ଙ୍କୁ ଏହି କାର୍ଯ୍ୟରେ ତାଙ୍କ ପରିବାର ସଦସ୍ୟ ଏବଂ ଅନ୍ୟମାନେ ସହଯୋଗ କରୁଥିବା ଦେଖିବାକୁ ମିଳିଛି। ବିଶେଷ କଥା ହେଉଛି, ଏହି ଭିଡିଓରେ ୟୁଲିଆ ଭାଣ୍ଟୁର ଏବଂ ଅଭିନେତ୍ରୀ ଜାକ୍‌ଲିନ ଫର୍ଣ୍ଣାଣ୍ଡିଜ୍‌ ଅଛନ୍ତି। ତାଙ୍କ ଭିଡିଓ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସେ ଏହି ଭିଡିଓକୁ ନିଜ ଇନଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଶେୟାର କରି ଉଲ୍ଲେଖ କରିଛନ୍ତି ଯେ, ସମସ୍ତଙ୍କ ଅବଦାନ ପାଇଁ ଧନ୍ୟବାଦ। ଏହାପୂର୍ବରୁ ସେ ୨୫ହଜାର ଶ୍ରମିକଙ୍କ ଦାୟିତ୍ୱ ନେଇଥିଲେ ଓ ସେମାନଙ୍କୁ ଆର୍ଥିକ ସାହାଯ୍ୟ ଯୋଗାଇଥିଲେ। ସେହିପରି ଫିଲ୍ମ ଇଣ୍ଡଷ୍ଟ୍ରିର ୪୫ ଜୁନିୟର ଆର୍ଟିଷ୍ଟମାନଙ୍କ ଆକାଉଣ୍ଟରେ ୩ ହଜାର ଲେଖାଏ ଟଙ୍କା ଜମା ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri