ସହକାରୀ ଆର୍‌ଆଇଙ୍କୁ ମରଣାନ୍ତକ ଆକ୍ରମଣ: ୪ ଗିରଫ

ସଜନାଗଡ଼, ୮।୩(ଡି.ଏନ.ଏ.)-ନୀଳଗିରି ତହସିଲ ବେଗୁନିଆ ପଞ୍ଚାୟତ ଅଧୀନ ଡୁମଗଣ୍ଡିରା ଗ୍ରାମରୁ ଦିନରାତି ହଜାର ହଜାର ଟ୍ରିପ ବାଲି ଚୋରାରେ ଚାଲାଣ କରାଯାଉଥିବା ଅଭିଯୋଗ ହୋଇଥିଲା। ଗତ ୬ ତାରିଖ ଅପରାହ୍ନ ୧ଟା ୪୦ ମିନିଟ୍‌ରେ ମିତ୍ରପୁର ସହକାରୀ ରାଜସ୍ବ ନିରୀକ୍ଷକ ମୁକ୍ତିକାନ୍ତ ପ୍ରଧାନ ଉକ୍ତ ଗ୍ରାମରେ ପହଞ୍ଚତ୍ ୩ଟି ଟ୍ରାକ୍ଟର ବାଲି ବୋଝେଇ କରୁଥିବା ଦେଖି ବାରଣ କରିଥିଲେ। ସହକାରୀ ଆର୍‌ଆଇ ନିଜ ମୋବାଇଲରେ ଟ୍ରାକ୍ଟରଗୁଡ଼ିକର ଫଟୋ ଉଠାଇ ଫେରୁଥିବାବେଳେ ଅଧା ରାସ୍ତାରେ ୭ଜଣ ଯୁବକ ତାଙ୍କୁ ଅଟକାଇ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଟଣାଓଟରା କରିଥିଲେ। ଏପରିକି ତାଙ୍କ ମୋବାଇଲକୁ ଛଡ଼ାଇ ନେଇ ଉଠାଇଥିବା ସମସ୍ତ ଫଟୋକୁ ଡିଲିଟ୍‌ କରିଥିଲେ। ଉକ୍ତ ଯୁବକମାନେ ସହକାରୀ ରାଜସ୍ବ ନିରୀକ୍ଷକ ପ୍ରଧାନଙ୍କ ତଣ୍ଟିକୁ ଚିପିବା ସହିତ ଏକ ବେଲଚାରେ ଜୀବନରୁ ମାରିଦେବା ଉଦ୍ଦେଶ୍ୟରେ ଆକ୍ରମଣ କରିଥିଲେ। ଏନେଇ ସେ ନୀଳଗିରି ଥାନାରେ ଅଭିଯୋଗ ହୋଇଛି। ଥାନାରେ ଏକ ମାମଲା (ନଂ. ୭୫/୨୦) ରୁଜୁ ହୋଇଛି। ପୋଲିସ ଡୁମଗଣ୍ଡିରା ଗ୍ରାମର ମଳୟ ବେହେରା, ସନାତନ ଦାସ, ସୁଶାନ୍ତ ଦାସ, ଅଜୟ ଦାସ, ରନତ୍ାକର ଭୂୟାଁ, ଉତ୍ତମ କୁମାର ଭୂୟାଁ, ଅଜୟ କୁମାର ପାତ୍ରଙ୍କ ନାମରେ ମାମଲା ରୁଜୁ କରିଛି। ନୀଳଗିରି ଥାନା ପକ୍ଷରୁ ରାତିରେ ଚଢ଼ାଉ କରାଯାଇ ଅଜୟ କୁମାର ପାତ୍ର, ଅଜୟ ଦାସ, ସୁଶାନ୍ତ ଦାସ ଓ ମଳୟ ବେହେରାଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri