ଭଞ୍ଜନଗର,୩।୧୧(ଡି.ଏନ.ଏ)-ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ସହକାରୀ ନିର୍ଦ୍ଦେଶକ ବିଶ୍ୱମ୍ବର ଷଢ଼ଙ୍ଗୀ ଗୁରୁବାର ଅଚାନକ ଗାଲେରୀ ଦଣ୍ଡପାଣି ମହାର୍ଥା କଲେଜ ପରିଦର୍ଶନ କରିଥିଲେ। କଲେଜର ଅବ୍ୟବସ୍ଥା ନେଇ ସେ ଅସନ୍ତୋଷ ବ୍ୟକ୍ତ କରିବା ସହ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏନେଇ ଅବଗତ କରାଇଥିଲେ। ଉକ୍ତ ରିପୋର୍ଟ ଆଧାରରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ଶନିବାର କଲେଜର ଅଧ୍ୟକ୍ଷଙ୍କ ସମେତ ଅନୁପସ୍ଥିତ ସମସ୍ତ ଅଧ୍ୟାପକଙ୍କ ଦିନକର ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୫ ତାରିଖ ସୁଦ୍ଧା କୈଫିୟତ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟରେ ଅବହେଳା କରିଥିବା କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କଲେଜ ପରିଚାଳନା କମିଟି ସଭାପତି ତଥା ଭଞ୍ଜନଗର ଉପ ଜିଲାପାଳଙ୍କୁ ନିବେଦନ କରାଯାଇଛି। ୫ଟିର ପ୍ରଭାବ ସମଗ୍ର ରାଜ୍ୟରେ ପଡ଼ିଥିବା ଦେଖିବାକୁ ମିଳିଛି। ଗୁରୁବାର ସହକାରୀ ନିର୍ଦ୍ଦେଶକ ଷଡଙ୍ଗୀ ଭଞ୍ଜନଗର ଅଞ୍ଚଳର କିଛି କଲେଜର ଆର୍ଥୀକ କାରବାର କିଭଳି ହେଉଛି ସେନେଇ ଯାଞ୍ଚ କରିବାକୁ ଆସି ଗାଲେରୀ କଲେଜରେ ପୂର୍ବାହ୍ନ ୧୦ଟାରେ ପହଞ୍ଚତ୍ଥିଲେ। କଲେଜରେ ଜଣେ ପିଅନ ଏବଂ ଡାଟାଏଣ୍ଟ୍ରି ଅପରେଟର ଉପସ୍ଥିତ ଥିଲେ। ଅଧ୍ୟକ୍ଷଙ୍କ ସମେତ ଅନ୍ୟ ସମସ୍ତ ଅଧ୍ୟାପକ ଅନୁପସ୍ଥିତ ଥିଲେ। ଏହାପରେ ଜଣେ ପରେ ଜଣେ ଅଧ୍ୟାପକ ଓ ଅଧ୍ୟକ୍ଷ ଆସି ପହଞ୍ଚତ୍ଥିଲେ। କଲେଜ ବାୟୋମେଟ୍ରିକ ରେକର୍ଡ଼ରୁ ଜଣାପଡିଥିଲା କର୍ମଚାରୀମାନେ ନିୟମିତ ଠିକ୍ ସମୟରେ ଆସୁନାହାନ୍ତି।
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

