ସହଯୋଗ କଲାନି ପ୍ରଶାସନ: ଚାଲିଚାଲି ଗଲେ ଛତିଶଗଡ଼ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲା ଜଟଣୀ ନିକଟ ତରାବୋଇର ଏକ ଘରୋଇ ସଂସ୍ଥାରେ କାର୍ଯ୍ୟରତ ୧୦ଜଣ ଶ୍ରମିକ ଗୁରୁବାର ବିଳମ୍ବିତ ରାତିରେ ପରିବାର ସହ ଛତିଶଗଡ ଚାଲିଚାଲି ଯାଇଛନ୍ତି। ସେମାନେ କାନ୍ଧରେ ଶିଶୁ ଓ ମୁଣ୍ଡରେ ଆସବାବପତ୍ର ଧରି ଯାଉଥିବା ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସୂଚନା ଅନୁଯାୟୀ, ଶ୍ରମିକମାନେ ଜଣେ ଠିକାଦାରଙ୍କ ଅଧୀନରେ ରହି ଉକ୍ତ ଅଞ୍ଚଳରେ କାର୍ଯ୍ୟ କରୁଥିଲେ। ଲକ୍‌ଡାଉନ୍‌ରେ କାମ ବନ୍ଦ ହୋଇଯିବାରୁ ଠିକାଦାର ସେମାନଙ୍କୁ ଦରମା ଦେବାକୁ ମନା କରିଦେଇଥିଲେ। ଫଳରେ ପରିବାର ଚଳାଇବା କଷ୍ଟକର ହୋଇପଡିଥିଲା। ପ୍ରଶାସନ ଏବଂ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମିଳିଥିବା ଶୁଖିଲା ଖାଦ୍ୟରେ କିଛି ଦିନ ପରିବାର ଚଳିଯାଇଥିଲା। ପରେ ପରିବାର ଚଳାଇବା କଷ୍ଟକର ହେବାରୁ ନିଜ ଗ୍ରାମକୁ ଫେରିବା ଲାଗି ସରକାରଙ୍କ ଓ୍ବେବ୍‌ସାଇଟରେ ଗତ ୧୦ତାରିଖରେ ନାମ ପଞ୍ଜୀକରଣ କରିଥିଲେ। ଫେରିଯିବା ଲାଗି ପ୍ରଶାସନକୁ ବାରମ୍ବାର ଅନୁରୋଧ ସତ୍ତ୍ୱେ ନିରାଶ ହେବା ପରେ ଚାଲିଚାଲି ଯିବାକୁ ନିଷ୍ପତ୍ତି ନେଇଥିଲୁ। ପିଲାଙ୍କୁ ଖାଇବାକୁ ଦେବାକୁ ପାଖରେ ଟଙ୍କା ନାହିଁ, ପୁଣି ଲମ୍ବା ରାସ୍ତା ଯିବାକୁ ପଡିବ। ଯେଉଁ ପର୍ଯ୍ୟନ୍ତ ଚାଲି ପାରିବୁ ଚାଲିବୁ ବୋଲି ଶ୍ରମିକମାନେ କହିଛନ୍ତି। କୌଣସି ସୂତ୍ରରୁ ଖବରପାଇ ଖୋର୍ଦ୍ଧା ବିକାଶ ପରିଷଦ କର୍ମକର୍ତ୍ତା ଶୋଭନ ଘୋଷ, ସୁଜନ ମିଶ୍ର ସେମାନଙ୍କୁ ସହାୟତାର ହାତ ବଢାଇବା ସହ କିଛି ଟଙ୍କା ପ୍ରଦାନ କରିଥିବା ଜଣାପଡିଛି। ସୂଚନାଥାଉକି, ପଞ୍ଜାବରୁ ଉତ୍ତରପ୍ରଦେଶ ଯାଉଥିବା ଜଣେ ଶ୍ରମିକ ମା’ ଥକିପଡ଼ିଥିବା ଶିଶୁକୁ ସୁଟକେଶରେ ଶୁଆଇ ଦୌଡି ଯୋଗେ ଟାଣି ଟାଣି ନେଉଥିବା ଦୃଶ୍ୟ ଭିଡିଓ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?