ସହଯୋଗ ଭିତ୍ତିରେ ଭୂତାଣୁକୁ ରୋକ

ନୂଆଦିଲ୍ଲୀ,୨୮ା୩: ଭାରତରେ କରୋନା ଭାଇରସ୍‌ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ଏଥିଲାଗି ସମସ୍ତେ ତତ୍ପର। ଆତ୍ମ ସଂଯମ ଓ ସହଯୋଗ ଦ୍ୱାରା ଏହାକୁ ରୋକାଯାଇ ପାରିବ। ବିଶେଷକରି ବିଭିନ୍ନ ରାଜ୍ୟର ରାଜ୍ୟପାଳ, କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ଉପରାଜ୍ୟପାଳ ଓ ସମସ୍ତ ପ୍ରଶାସନିକ ଅଧିକାରୀ ଏକ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିପାରିବେ ବୋଲି ଭିଡିଓ କନ୍‌ଫରେନ୍ସିଂ ଜରିଆରେ କହିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଉପରାଷ୍ଟ୍ରପତି ଭେଙ୍କାୟା ନାଇଡ଼ୁ। ଏମାନେ ସ୍ବେଚ୍ଛାକୃତ ଭାବେ ଧାର୍ମିକ ସଙ୍ଗଠନଗୁଡ଼ିକୁ ଏକାଠି କରି ସହଯୋଗର ହାତ ବଢ଼ାଇବା ଜରୁରୀ। ଏମାନଙ୍କ ମଧ୍ୟରେ ସଚେତନତା ବୃଦ୍ଧି ଓ ସରକାରୀ କଟକଣାକୁ ମାନିବା ଲାଗି ସଂଯମତାର ସହ କାମ କରିବା ଉଚିତ। ସେମାନଙ୍କ ଲାଗି ସହଯୋଗ ଓ ସହାୟତାର ବାଟ ଦେଖାଇବା ଉଚିତ ବୋଲି ରାଷ୍ଟ୍ରପତି କହିଛନ୍ତି। ଅସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକ ଓ ନିରାଶ୍ରୟଙ୍କ ସହାୟତା ଲାଗି ସେ ଅନୁରୋଧ କରିଛନ୍ତି। ମହାମାରୀକୁ ରୋକିବା ଓ ଅସହାୟଙ୍କୁ ସହଯୋଗ କରିବା ଲାଗି ଅକୁଣ୍ଠ ଦାନ କରିବା ଲାଗି ମଧ୍ୟ ସେ ଅନୁରୋଧ କରିଛନ୍ତି। ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ, ରେଡ୍‌କ୍ରସ, ପୋଲିସ, ପାରାମେଡିକାଲ ଷ୍ଟାଫ୍‌, ମେଡିକାଲ ପ୍ରଫେଶନାଲ, ଅବସରପ୍ରାପ୍ତ ଡାକ୍ତର, ଏମ୍‌ବିବିଏସ୍‌ ଛାତ୍ରମାନେ ଏନେଇ ସହଯୋଗ କରିବାକୁ ସେ ପରାମର୍ଶ ଦେଇଛନ୍ତି। ମିଳିତ ସହଯୋଗ ଓ ସଂଯମତା ଆମକୁ ଏହି ମହାଯୁଦ୍ଧରୁ ବିଜୟ ଆଣିଦେବ ବୋଲି ରାଷ୍ଟ୍ରପତି ଆଶାବ୍ୟକ୍ତ କରିଛନ୍ତି। ବିଭିନ୍ନ ରାଜ୍ୟର ରାଜ୍ୟପାଳ ଓ ପ୍ରଶାସନିକ ଅଧିକାରୀମାନେ ଏହି ଅବସରରେ ରାଷ୍ଟ୍ରପତିଙ୍କ ସହ ଭିଡିଓକନ୍‌ଫରେନ୍ସିଂ ଜରିଆରେ ବାର୍ତ୍ତାଳାପ ମଧ୍ୟ କରି ବିଭିନ୍ନ ଟିପ୍ସ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri