ସହରକୁ ସ୍ବଚ୍ଛ, ସୁନ୍ଦର କରିବାକୁ ସଙ୍କଳ୍ପ

ବ୍ରହ୍ମପୁର ଅଫିସ,୨ା୧- ନୂତନବର୍ଷରେ ବହୁ ନୂଆ ପଦକ୍ଷେପ ଗ୍ରହଣ କରିଛି ବ୍ରହ୍ମପୁର ମହାନଗର ନିଗମ। ସହରବାସୀ ଘର ପାଖରେ ବିଭିନ୍ନ ଅତ୍ୟାବଶ୍ୟକ ସେବା ଉପଲବ୍ଧ କରାଇବା ନେଇ ବିଏମ୍‌ସି ପକ୍ଷରୁ ଅର୍ବାନ ସେବା ଆପ୍‌ର ଶୁଭାରମ୍ଭ କରାଯାଇଛି। ସେହିପରି ସହରରେ ଆପରାଧିକ କାର୍ଯ୍ୟକଳାପ ରୋକିବା, ବିଏମ୍‌ସିର ନିୟମ ଖିଲାପକାରୀଙ୍କ ଉପରେ ନଜର ରଖିବା, ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ରୋକିବା ନେଇ ସିଟି ସର୍ଭିଲାନ୍ସ ବ୍ୟବସ୍ଥାର ମଧ୍ୟ ବିଏମ୍‌ସି ପକ୍ଷରୁ ଶୁଭାରମ୍ଭ କରାଯାଇଛି । ବିଏମ୍‌ସି ପରିସରରେ ନୂତନ ବର୍ଷ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ର ଶେଖର ସାହୁ ଏହି ଦୁଇ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏଥିସହ ଆମ୍ବପୁଆରେ ବିଡିଏ ପକ୍ଷରୁ ୮ କୋଟି ଟଙ୍କାରେ ନର୍ମାଣାଧୀନ ରକ୍‌ ଗାର୍ଡେନ(ପଥର ବଗିଚା) ନିର୍ମାଣ କାର୍ଯ୍ୟ, ମର୍ଦ୍ଦରାଜ ଭେଣ୍ଡିଂ ଜୋନ୍‌ ପରିସରରେ ୨.୮୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁଥିବା ଅତ୍ୟାଧୁନିକ ମାଛମାର୍କେଟ କାର୍ଯ୍ୟ, ବିଏମ୍‌ସି ପରିସରରେ ଖାଲିଥିବା ସ୍ଥାନରେ ୨୨ ଲକ୍ଷ ଟଙ୍କାରେ ପାକାଯିବାକୁ ଥିବା ବ୍ଲକ କାର୍ଯ୍ୟର ମଧ୍ୟ ଏମ୍‌ପି ଶୁଭ ଦେଇଥିଲେ ା ବ୍ରହ୍ମପୁରକୁ ସବୁଜ, ସୁନ୍ଦର ଓ ସ୍ମାର୍ଟ ସହରରେ ପରିଣତ କରିବା ନେଇ ପୂର୍ବରୁ ବହୁ ପଦକ୍ଷେପ ଗ୍ରହଣ କରାଯାଇଛି ା ନୂତନ ବର୍ଷ ଅବସରରେ ଶୁଭାରମ୍ଭ ହୋଇଥିବା ସିଟି ସର୍ଭିଲାନ୍ସ ଓ ଅର୍ବାନ ସେବା ଆପ୍‌ ମହାନଗରକୁ ରାଜ୍ୟ ତଥା ଦେଶର ଏକ ଅଗ୍ରଣୀ ତଥା ସ୍ମାର୍ଟ ସହରରେ ପରିଣତ କରିବାରେ ଯଥେଷ୍ଟ ସହାୟକ ହେବା ନେଇ ବିଏମ୍‌ସି ପକ୍ଷରୁ କୁହାଯାଇଥିଲା। କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ଗଞ୍ଜାମ ଏସ୍‌ପି ବ୍ରିଜେଶ ରାଏ, ବ୍ରହ୍ମପୁର ଏସ୍‌ପି ପିନାକ୍‌ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ା ଏହି ପରିପ୍ରେକ୍ଷୀରେ ସହରକୁ ସବୁଜ,ସୁନ୍ଦର, ସ୍ବଚ୍ଛ ଓ ପ୍ଲାଷ୍ଟିକ ମୁକ୍ତ ସହରରେ ପରିଣତ କରିବାକୁ ବିଏମ୍‌ସି କର୍ମଚାରୀଙ୍କୁ ଅତିଥିମାନେ ଶପଥପାଠ କରାଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri