ସହରରେ କେନ୍ଦ୍ରମନ୍ତ୍ରୀଙ୍କ ନିଖୋଜ ପୋଷ୍ଟର ଲାଗିବା ଘଟଣା: ଯୁବନେତାଙ୍କ ଗିରଫକୁ କଂଗ୍ରେସର ବିରୋଧ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ସହରରେ ଗତ ରବିବାର କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର ଲାଗିଥିଲା। ଉକ୍ତ ପୋଷ୍ଟରକୁ ଫଟୋ ଉଠାଇ ଫେସବୁକ୍‌ରେ ଅପଲୋଡ୍‌ କରିଥିବା ୫ଜଣଙ୍କ ନାମରେ ଜିଲା ଭାଜପା ପକ୍ଷରୁ ସହଦେବଖୁଣ୍ଟା ମଡେଲ ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ତନ୍ମଧ୍ୟରୁ କଂଗ୍ରେସର ୨ଜଣ ଯୁବନେତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଉକ୍ତ ଘଟଣାକୁ ବାଲେଶ୍ୱର କଂଗ୍ରେସ ପକ୍ଷରୁ ତୀବ୍ର ନିନ୍ଦା କରାଯାଇଥିବା ବୁଧବାର ଏକ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ମହାମାରୀ କରୋନା ଏବଂ ବାତ୍ୟା ‘ଅମ୍ଫନ’ ସମୟରେ କେନ୍ଦ୍ରମନ୍ତ୍ରୀ ବାଲେଶ୍ୱର ସଂସଦୀୟ କ୍ଷେତ୍ରରେ ନ ଥିବା କାରଣରୁ ଏହା ଏକ ଅଭିନବ ପ୍ରତିବାଦ। ପୋଷ୍ଟର ଲଗାଇବା ପଛରେ କାହାର ହାତ ରହିଛି ପୋଲିସ ସେମାନଙ୍କୁ ଗିରଫ ନ କରି ଫେସବୁକ୍‌ରେ ଅପଲୋଡ୍‌ କରିଥିବା ୨ଯୁବନେତାଙ୍କୁ ଗିରଫ କରିବା ଗଣତନ୍ତ୍ର ବିରୋଧୀ ଏବଂ ଅସହିଷ୍ଣୁତାର ପରିଚାୟକ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri