ସହରରେ କେନ୍ଦ୍ରମନ୍ତ୍ରୀଙ୍କ ନିଖୋଜ ପୋଷ୍ଟର ଲାଗିବା ଘଟଣା: ଯୁବନେତାଙ୍କ ଗିରଫକୁ କଂଗ୍ରେସର ବିରୋଧ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ସହରରେ ଗତ ରବିବାର କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ନିଖୋଜ ପୋଷ୍ଟର ଲାଗିଥିଲା। ଉକ୍ତ ପୋଷ୍ଟରକୁ ଫଟୋ ଉଠାଇ ଫେସବୁକ୍‌ରେ ଅପଲୋଡ୍‌ କରିଥିବା ୫ଜଣଙ୍କ ନାମରେ ଜିଲା ଭାଜପା ପକ୍ଷରୁ ସହଦେବଖୁଣ୍ଟା ମଡେଲ ଥାନାରେ ଏତଲା ଦିଆଯାଇଥିଲା। ପୋଲିସ ତନ୍ମଧ୍ୟରୁ କଂଗ୍ରେସର ୨ଜଣ ଯୁବନେତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଉକ୍ତ ଘଟଣାକୁ ବାଲେଶ୍ୱର କଂଗ୍ରେସ ପକ୍ଷରୁ ତୀବ୍ର ନିନ୍ଦା କରାଯାଇଥିବା ବୁଧବାର ଏକ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ମହାମାରୀ କରୋନା ଏବଂ ବାତ୍ୟା ‘ଅମ୍ଫନ’ ସମୟରେ କେନ୍ଦ୍ରମନ୍ତ୍ରୀ ବାଲେଶ୍ୱର ସଂସଦୀୟ କ୍ଷେତ୍ରରେ ନ ଥିବା କାରଣରୁ ଏହା ଏକ ଅଭିନବ ପ୍ରତିବାଦ। ପୋଷ୍ଟର ଲଗାଇବା ପଛରେ କାହାର ହାତ ରହିଛି ପୋଲିସ ସେମାନଙ୍କୁ ଗିରଫ ନ କରି ଫେସବୁକ୍‌ରେ ଅପଲୋଡ୍‌ କରିଥିବା ୨ଯୁବନେତାଙ୍କୁ ଗିରଫ କରିବା ଗଣତନ୍ତ୍ର ବିରୋଧୀ ଏବଂ ଅସହିଷ୍ଣୁତାର ପରିଚାୟକ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri