ସହରରେ ଟ୍ରାଫିକ ନିୟମ କଡ଼ାକଡ଼ି: ୨ ମଦ୍ୟପ ଚାଳକ ଗିରଫ

ବାଲେଶ୍ୱର ଅଫିସ, ୧।୧୨-ବାଲେଶ୍ୱର ସହର ପୋଲିସ ଲାଇନ୍‌ ଛକରେ ଟ୍ରାଫିକ୍‌ ଥାନା କର୍ମଚାରୀଙ୍କ ଦ୍ୱାରା ରବିବାରଠାରୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି ପାଳନ କରାଯାଇଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟ୍ରାଫିକ୍‌ ଥାନା ଇନ୍ସପେକ୍ଟର ପ୍ରଶାନ୍ତ ରଣସିଂହଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ଯାଞ୍ଚ କରିଥିଲେ। ନିୟମ ଉଲ୍ଲଂଘନ କରିଥିବା ଅପରାଧରେ ୭୫ଜଣ ଗାଡ଼ିର ଡ୍ରାଇଭରଙ୍କଠାରୁ ୭୫ହଜାର ଟଙ୍କା ଆଦାୟ କରାଯାଇଛି। ସେହିପରି ୨ଜଣ ମଦ ପିଇ ଗାଡ଼ି ଚଳାଉଥିବାରୁ ତାଙ୍କୁ ଗିରଫ କରାଯାଇ ସହଦେବଖୁଣ୍ଟା ମଡ଼େଲ ଥାନା ଏବଂ ସଦର ଥାନାରେ ଅଟକ ରଖାଯାଇଛି। ଏହି ଚଢ଼ାଉରେ ହାବିଲଦାର ଫେଡ୍ରିକ୍‌ ଏକ୍କା, କନଷ୍ଟେବଳ ଦେବାଶିଷ ଜେନା, କାଞ୍ଚନ ବିଶ୍ୱାଳ, ଜୟନ୍ତୀ ମଙ୍ଗଳ, ରନତ୍ାକର ଦାସ, ଜ୍ଞାନରଞ୍ଜନ ଜେନା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri