ସହରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଅନୁଗୋଳ ଅଫିସ,୪ା୬ – ଅନୁଗୋଳ ପୋଲିସ ପକ୍ଷରୁ ବୁଧବାର ସହରରେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା। ଏହି ସମୟରେ ଅନ୍‌ଲକ୍‌-୧ ନିୟମ ଅବମାନନା କରିଥିବା କେତେଜଣ ଦୋକାନୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। କିନ୍ତୁ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାରେ ପାତରଅନ୍ତର କରିଥିବା କେତେଜଣ ଛୋଟ ବ୍ୟବସାୟୀ ଅଭିଯୋଗ କରିଛନ୍ତି।
ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇଙ୍କ ନେତୃତ୍ୱରେ ପୂର୍ବାହ୍ନରେ ଥାନାରୁ ଏହି ଫ୍ଲାଗମାର୍ଚ୍ଚ ବାହାରି ସହର ପରିକ୍ରମା କରିଥିଲା। ଏହି ସମୟରେ ଜନସାଧାରଣଙ୍କ ସହ ବ୍ୟବସାୟୀମାନଙ୍କୁ ପୋଲିସ ପକ୍ଷରୁ ସଚେତନ କରାଯାଇଥିଲା। ଦୋକାନ ବାହାରେ ପସରା ନ ମେଲାଇବା, ସାମାଜିକ ଦୂରତା ରକ୍ଷା କରିବା, ମାସ୍କ ପରିଧାନ ଆଦି ସମ୍ପର୍କରେ ପରାମର୍ଶ ଦିଆଯାଇଥିଲା। ଏହା ପାଳନ ନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ମଧ୍ୟ ଦିଆଯାଇଥିଲା। ବିନା ମାସ୍କରେ ବୁଲୁଥିବା ଲୋକମାନଙ୍କ ନିକଟରୁ ପୋଲିସ ଜରିମାନା ଆଦାୟ କରିବା ସହ କଟକଣା ଉଲ୍ଲଂଘନ କରି ବ୍ୟବସାୟ କରୁଥିବା କେତେକ ଛୋଟ ବ୍ୟବସାୟୀଙ୍କ ଦୋକାନକୁ ସିଲ୍‌ କରିଥିଲା। କିନ୍ତୁ ଏ କ୍ଷେତ୍ରରେ ବଡ଼ ବଡ଼ ବ୍ୟବସାୟ ପ୍ରତିଷ୍ଠାନ ପ୍ରତି କୋହଳ ମନୋଭାବ ପୋଷଣ କରାଯାଇଥିବା ଓ ସିଲ୍‌ ବଦଳରେ କେବଳ ଦୋକାନ ବନ୍ଦ କରାଯାଇଥିବା ଛୋଟ ବ୍ୟବସାୟୀମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଅନୁଗୋଳ ପୋଲିସ ପକ୍ଷରୁ କୁହାଯାଇ ଯେ, ଯେଉଁ ବ୍ୟବସାୟୀମାନେ ନିୟମ ଅମାନ୍ୟ କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଫ୍ଲାଗମାର୍ଚ୍ଚରେ ଅନୁଗୋଳ ଥାନା ଏସ୍‌ଆଇ ଅରକ୍ଷିତ ସେଠୀ, ବିପ୍ଳବ ସାହୁ, ସତ୍ୟ ରଞ୍ଜନ ଲେଙ୍କାଙ୍କ ସହ ଅନ୍ୟ ଅଧିକାରୀ ଓ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri