ସହରର ସ୍ବଚ୍ଛତା ପ୍ରତି ଗୁରୁତ୍ୱ : ‘ମୋ ହିଞ୍ଜିଳିକାଟୁ କାର୍ଯ୍ୟକ୍ରମ’ ଆରମ୍ଭ କଲେ ଜିଲାପାଳ

ହିଞ୍ଜିଳିକାଟୁ,୧୪।୮(ଡି.ଏନ୍‌.ଏ.): ହିଞ୍ଜିଳିକାଟୁ ସହରକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ପାଇଁ ପୌର କର୍ତ୍ତୃପକ୍ଷଙ୍କ ପକ୍ଷରୁ ‘ମୋ ହଞ୍ଜିଳିକାଟୁ କାର୍ଯ୍ୟକ୍ରମ’ ଆରମ୍ଭ ହୋଇଛି। ବୁଧବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି କାର୍ଯ୍ୟକ୍ରମକୁ ଆରମ୍ଭ କରିବା ସହ ବର୍ଜ୍ୟବସ୍ତୁର ସଠିକ୍‌ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଜିଲାପାଳ କୁଲାଙ୍ଗେ, ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ, ବିଡିଓ ପ୍ରସନ୍ନ କୁମାର ପାତ୍ର, ତହସିଲଦାର ଗୋପୀନାଥ କୁଅଁର, ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ପଣ୍ଡା ଆଇଆଇସି ଅଭିମନ୍ୟୁ ସାହୁ, ବିଜେଡି ସଭାପତି ଭୀମସେନ ବେହେରା, ପୂର୍ବତନ ବିଧାୟକ ହରିହର ସାହୁ, ପବିତ୍ର ମୋହନ ପାଣିଗ୍ରାହୀ, ବଣିକ ସଂଘ ସଭାପତି ନୃସିଂହ ପ୍ରସାଦ ପଟ୍ଟନାୟକ, ତ୍ରିରଙ୍ଗା ଯୁବକ ସଂଘ, ଡିସ୍‌କଭରୀ ହିଞ୍ଜିଳିକାଟୁ, ବିଭିନ୍ନ ମହିଳା ସ୍ବୟଂ ସହାୟିକା ସଂଘ, ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଯୁବଗୋଷ୍ଠୀଙ୍କ ସମେତ ବହୁ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ବୁଧବାର ଭୋର୍‌ରୁ ଜିଲାପାଳ ଓ ଅନ୍ୟମାନେ ପୌର କାର୍ଯ୍ୟାଳୟରୁ ରାଲିରେ ବାହାରି ୫ ନଂ ଓ୍ବାର୍ଡର ପାଟଣାସାହି, ତାରାତାରିଣୀ ରୋଡ୍‌ ପରିବା ବଜାର ଦେଇ ବିଜୁ ପଟ୍ଟନାୟକ ଛକରେ ପହଞ୍ଚିିଥିଲେ। ସେଠାରେ ଏକ ପଥପ୍ରାନ୍ତ ସଭା ହୋଇଥିଲା। ସହରକୁ ସ୍ବଚ୍ଛ ତଥା ସୁନ୍ଦର ରଖିବା ପାଇଁ ଅଧିକାରୀମାନେ ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ। ପ୍ରତି ଓ୍ବାର୍ଡରେ ମହିଳାମାନଙ୍କୁ ସଫେଇ ସାଥୀ ଭାବେ ନିଯୁକ୍ତି କରି ସ୍ବଚ୍ଛତା ତଦାରଖ କରାଯିବ ବୋଲି ପୌର ଅଧିକାରୀ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri