ସହରାଞ୍ଚଳରେ ସମସ୍ତ ଗରିବଙ୍କୁ ଘର ଯୋଗାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ପ୍ରାୟ ୫ ଲକ୍ଷ ଗୃହର ଆବଶ୍ୟକତା ରହିଛି। ହେଲେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ)ରେ ମାତ୍ର ଏକ ଲକ୍ଷ ୨୭ ହଜାରଙ୍କୁ ଘର ମିଳିଛି । ତେଣୁ ଅବଶିଷ୍ଟ ଗୃହ ଆବଶ୍ୟକତା ପୂରଣ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରୁଥିବା ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।
ଲୋକସେବା ଭବନରେ ବୁଧବାର ଆୟୋଜିତ ସମୀକ୍ଷା ବୈଠକରୁ ଜଣାପଡିଛି ଯେ, ଜାଗା ମିଶନରେ ବର୍ତ୍ତମାନ ସୁଦ୍ଧା ସହରାଞ୍ଚଳର ୫୧,୦୦୦ ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ପ୍ରଦାନ କରାଯାଇଛି। ସେହିପରି ଆସନ୍ତା ମାର୍ଚ୍ଚ ସୁଦ୍ଧା ଆଉ ୨୫,୦୦୦ ଲୋକଙ୍କୁ ପଟ୍ଟା ମିଳିବ । ତେବେ ଏହି ଯୋଜନା ମହାନଗର ନିଗମ ଗୁଡିକରେ କାର୍ଯ୍ୟକାରୀ ହେଉ ନ ଥିବାରୁ ୫ଟି ସହରରେ ବସବାସ କରୁଥିବା ଲୋକେ କିଭଳି ଘର ପାଇବେ, ସେଥିପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି । ସେହିପରି ଏହି ମହାନଗର ନିଗମ ଗୁଡିକରେ ପ୍ରାୟ ୩ ଲକ୍ଷ ୯୦ ହଜାର ଘର ଆବଶ୍ୟକ ରହିଛି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଗୃହନିର୍ମାଣ ବୋର୍ଡ, ବିଡିଏ ଓ ସିଡିଏ ଭଳି ସଂସ୍ଥାଙ୍କୁ ଦାୟିତ୍ୱ ଦେବାପାଇଁ ସ୍ଥିର ହୋଇଛି । ରାଜ୍ୟ ସରକାର ଏଥିପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ଥିବାବେଳେ ଗୃହ ନିର୍ମାଣ କାର୍ଯ୍ୟ କିଭଳି ହେବ ସେଥିପାଇଁ ୨୦୨୦ ମାର୍ଚ୍ଚ ସୁଦ୍ଧା ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri