ସହରାଞ୍ଚଳ ଗରିବଙ୍କୁ ମିଳିବ ଉନ୍ନତ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସହରାଞ୍ଚଳ ସ୍ବାସ୍ଥ୍ୟ ବ୍ୟବସ୍ଥା ସଂକ୍ରାନ୍ତରେ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଯୋଗଦେଇ କୈଶୋର ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ସହିତ ଲୋକଙ୍କ ଚାହିଦାକୁ ଦେଖି ଗୋଷ୍ଠୀ ସ୍ତରରେ ଅଧିକ ସଚେତନ ଆବଶ୍ୟକ ବୋଲି ମତବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ମାତୃ ଓ ଶିଶୁ ମୃତ୍ୟୁହାର, ଆନୁଷ୍ଠାନିକ ପ୍ରସବ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି ଘଟିଥିଲେ ମଧ୍ୟ ସହର ଓ ଗ୍ରାମାଞ୍ଚଳ ମଧ୍ୟରେ ପାର୍ଥକ୍ୟ ରହୁଛି। ବର୍ତ୍ତମାନ ସ୍ଥିତିକୁ ଦେଖି ୟୁଏସ୍‌ଏଡ୍‌, ବିଲ୍‌ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନ ଏବଂ ଅନ୍ୟ ସଂସ୍ଥା ସହାୟତାରେ ସହରାଞ୍ଚଳର ଗରିବ ଲୋକଙ୍କୁ ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାକୁ ପ୍ରୟାସ ହେବ। ପୁରୀ, ରାଉରକେଲା ଓ ବ୍ରହ୍ମପୁର ସହରର ଗରିବ ଲୋକଙ୍କ କ୍ଷେତ୍ରରେ ଟିସିଆଇଏଚ୍‌ସି ଦ୍ୱାରା ପରିବାର ନିୟନ୍ତ୍ରଣ ଏବଂ ମାତୃ ସ୍ବାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ଼ କରାଯାଉଛି ବୋଲି ପଣ୍ଡିତ ସୂଚନା ଦେଇଛନ୍ତି।
ଜାତୀୟ ସ୍ବାସ୍ଥ୍ୟ ମିଶନ, ଟିସିଆଇଏଚ୍‌ସି, ପିଏସ୍‌ଆଇର ମିଳିତ ସହଯୋଗରେ ଆୟୋଜିତ ଏହି କର୍ମଶାଳାରେ ‘ଟୁଲ କିଟ୍‌ସ’ ଉନ୍ମୋଚିତ ହୋଇଥିଲା। ସହରାଞ୍ଚଳର ଗରିବ ଲୋକେ କିଭଳି ସୁବିଧାରେ ସ୍ବାସ୍ଥ୍ୟସେବା ପାଇପାରିବେ ସେନେଇ ଆଲୋଚନା କରାଯାଇଥିଲା। ଏଥିରେ ଏମ୍‌ସିଏସ୍‌ସି ଗ୍ଲୋବାଲ କାର୍ଯ୍ୟକ୍ରମର ଆମେରିକୀୟ ପ୍ରତିନିଧି ପାଟ୍ରିସିଆ, ଏ. ଟେଲର, ଜାତୀୟ ସ୍ବାସ୍ଥ୍ୟ ମିଶନର ଅତିରିକ୍ତ ଏମ୍‌ଡି ମୃଣାଳକାନ୍ତି ଦାଶ, ରାଜ୍ୟ କାର୍ଯ୍ୟକ୍ରମ ପରିଚାଳକ (ସହରାଞ୍ଚଳ) ସୁକାନ୍ତ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri