‘ସହରାଞ୍ଚଳ ବିକାଶରେ ଓଡ଼ିଶା ହେବ ରୋଲ୍‌ ମଡେଲ’

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଗୁରୁବାର ଭୁବନେଶ୍ୱର ଉପକଣ୍ଠର ୪ଟି ଗାଁ ସହଜପୁର, ନରଗୋଦା, ସଜୁପୁଟ ଓ ପାଇକରାପୁର ଗ୍ରାମବାସୀଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ କରାଯାଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ପଟ୍ଟା ଆବଣ୍ଟନ କରିଛନ୍ତି। ସହରାଞ୍ଚଳ ବିକାଶରେ ନାଗରିକ ଓ ଗୋଷ୍ଠୀଗତ ଭାଗୀଦାରି ଏକ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା। ଲୋକଙ୍କ ସହଯୋଗରେ ସହରାଞ୍ଚଳରେ ଏହିଭଳି ଯୋଜନାବଦ୍ଧ ବିକାଶ କାର୍ଯ୍ୟକ୍ରମ ଜରିଆରେ ଓଡ଼ିଶାକୁ ଦେଶର ରୋଲ୍‌ ମଡେଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଭୁବନେଶ୍ୱର କେବଳ ରାଜ୍ୟ ନୁହେଁ, ସାରା ଦେଶର ଏକ ଆକର୍ଷଣୀୟ ସହର। ଏହାର ଲୋକସଂଖ୍ୟା ଓ ପରିସୀମା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହି ଦୃଷ୍ଟିରୁ ଏହାର ସାମଗ୍ରିକ ବିକାଶ ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ସହର ଉପକଣ୍ଠରେ ଜନସାଧାରଣଙ୍କ ଭାଗୀଦାରିରେ ଟାଉନ ପ୍ଲାନିଂ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଗାଁର ଲୋକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। କ୍ରମବର୍ଦ୍ଧିଷ୍ଣୁ ସହରଗୁଡିକର ଯୋଜନାବଦ୍ଧ ବିକାଶ ପାଇଁ ଏହା ସମ୍ପୂର୍ଣ୍ଣ ଭାବେ ଏକ ସ୍ବଚ୍ଛ ଓ ବାସ୍ତବବାଦୀ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନା ଯୋଗ୍ୟ ଯେ, ଟାଉନ ପ୍ଲାନିଂ କାର୍ଯ୍ୟକ୍ରମରେ ଯୋଜନା ଅଞ୍ଚଳର ୪୦ ପ୍ରତିଶତ ଜମିକୁ ରାସ୍ତାଘାଟ ଆଦି ବିଭିନ୍ନ ଭିତ୍ତିଭୂମିର ବିକାଶ ପାଇଁ ରଖାଯାଇଛି। ଭିତ୍ତିଭୂମି ବିକାଶ ସହିତ ଜମିର ଦର ବୃଦ୍ଧି ଯୋଗୁ ଜମିମାଲିକମାନେ ଉପକୃତ ହୋଇପାରିବେ। ରାଜ୍ୟରେ ବର୍ତ୍ତମାନ ୫୮ଟି ରାଜସ୍ବ ଗ୍ରାମରେ ୪୫ ଟାଉନ ପ୍ଲାନିଂ କରାଯାଇଛି। ପ୍ରାଥମିକ ଭାବେ ୪ଟି ଗାଁର ଯୋଜନା ଅନୁମୋଦିତ ହୋଇଛି। ଏଥିରେ ସମୁଦାୟ ୭୪୬ ଏକର ଜମିରେ ଭିତ୍ତିଭୂମିର ବିକାଶ କରାଯାଉଛି।
ଏହି ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତ, ରାଜ୍ୟରେ ପ୍ରଥମ ଥର ବିଡିଏ ପକ୍ଷରୁ ଭୁବନେଶ୍ୱରରେ ଏଭଳି ଅଭିନବ ଯୋଜନା କାର୍ଯ୍ୟକାରୀ କରାଯାଇଛି। ସହର ଭିତ୍ତିଭୂମି ବିକାଶ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ ଆଶା କରିଛନ୍ତି। ଏହି ଅବସରରେ ଏକ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ, ରାଜସ୍ବ ବିଭାଗ ସଚିବ ବିଷ୍ଣୁପଦ ସେଠୀ ଓ ପୂର୍ତ୍ତ ବିଭାଗ ସଚିବ କ୍ରିଷନ କୁମାର ଏବଂ ବରିଷ୍ଠ ଅଧିକାରୀଗଣ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାବୁଡ଼ି ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା, (ସଞ୍ଜୟ ମାଲି) / ଭୁବନେଶ୍ୱର,(ଅନିଲ ଦାସ) ୨୦ା୪: ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଅପରାହ୍ନରେ ଏକ ଡଙ୍ଗା ବୁଡ଼ିଯାଇଛି। ଏହି...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri