ସହରାଞ୍ଚଳ ରାସ୍ତାକଡ଼ ଖାଦ୍ୟ ନିରାପତ୍ତାକୁ ଗୁରୁତ୍ୱ: ରାସ୍ତାକଡ଼, ଭେଣ୍ଡିଂ ଜୋନ ଖାଦ୍ୟ ବ୍ୟବସାୟୀଙ୍କୁ ତାଲିମ ଦିଆଯିବ

ଭୁବନେଶ୍ୱର,୫।୧(ବ୍ୟୁରୋ)-ରାସ୍ତାକଡ ଠେଲା ଗାଡିରେ କିମ୍ବା ଭେଣ୍ଡିଂ ଜୋନରେ ଖାଦ୍ୟ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ତାଲିମ ଦିଆଯିବ। ଖାଦ୍ୟ ପ୍ରସ୍ତୁତି, ପରିବେଶ ଓ ପରିଚ୍ଛନ୍ନତା ଆଦି ବିଷୟରେ ବ୍ୟବସାୟୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ। ଶନିବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମହାନଗର ନିଗମ ଓ ପୌରାଞ୍ଚଳରେ ଖାଦ୍ୟ ନିରାପତ୍ତା ବିଷୟକୁ ନିୟମିତ ସମୀକ୍ଷା କରିବା ସହ ଏକ ସ୍ବତନ୍ତ୍ର ସଚେତନତା ଅଭିଯାନ ଆରମ୍ଭ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଅଭିଜ୍ଞ ସଂସ୍ଥାଗୁଡିକ ଜରିଆରେ ଖାଦ୍ୟ ନିରାପତ୍ତାକୁ କଡାକଡି ଭାବେ ପାଳନ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର ମହାନଗର ନିଗମର କେତେକ ଅଞ୍ଚଳକୁ ନିରାପଦ ରାସ୍ତାପାର୍ଶ୍ୱ ଖାଦ୍ୟ ଅଞ୍ଚଳ ଭାବେ ବିକଶିତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି।
ଖାଦ୍ୟ ନିରାପତ୍ତା କମିଶନର ଯାମିନୀ ଷଡଙ୍ଗୀ ବୈଠକରେ ସୂଚନା ଦେଇ କହିଥିଲେ ଯେ ଗତ ୩ ବର୍ଷ ମଧ୍ୟରେ ରାଜ୍ୟରେ ଖାଦ୍ୟ ବ୍ୟବସାୟୀମାନଙ୍କର ପଞ୍ଜୀକରଣ ବୃଦ୍ଧି ପାଇଛି। ୨୦୧୬-୧୭ରେ ମୋଟ ୫୦୨୬ ବ୍ୟବସାୟୀ ପଞ୍ଜୀକୃତ ହୋଇଥିବା ବେଳେ ୨୦୧୭-୧୮ ଏବଂ ୨୦୧୮-୧୯ରେ ଯଥାକ୍ରମେ ୨୫,୮୨୨ ଓ ୩୬, ୬୨୨କୁ ବୃଦ୍ଧି ପାଇଛି।
ରାଜ୍ୟର ଖାଦ୍ୟ ପଞ୍ଜୀକରଣ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଅନ୍‌ଲାଇନ କରାଯାଇଛି। ଇତିମଧ୍ୟରେ ରାଜ୍ୟର ଖାଦ୍ୟ ପରୀକ୍ଷାଗାର ଭାରତୀୟ ଫୁଡ୍‌ ସେଫ୍ଟି ଷ୍ଟାଣ୍ଡାର୍ଡ କର୍ତ୍ତୃପକ୍ଷଙ୍କର ସ୍ବୀକୃତି ଲାଭ କରିଛି। ୨୦୧୮-୧୯ ଆର୍ଥିକ ବର୍ଷରେ ମୋଟ ୩୨୭ଟି ନମୁନା ସଂଗ୍ରହ କରାଯାଇଛି। ସେଥିରୁ ୪୭ଟି ବିରୋଧରେ ମକଦ୍ଦମା କରାଯାଇଛି। ଏହାଛଡା ମେଳା ମହୋତ୍ସବ ଆଦିରୁ ୧୫୯୯ଟି ନମୁନା ସଂଗ୍ରହ କରାଯାଇଛି। ସେଥିରୁ ୪୭୭ ନମୁନା ଅପମିଶ୍ରିତ ବୋଲି ଜଣାପଡିଛି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଭ୍ରାମ୍ୟମାଣ ପରୀକ୍ଷାଗାର ମାଧ୍ୟମରେ ୧୮୩୨ ନମୁନା ସଂଗ୍ରହ କରାଯାଇଛି। ଏଥିସହିତ ୧୪୦ଟି ସଚେତନତା ଶିବିର ଓ ୨୦ଟି ତାଲିମ ଶିବିର ଆୟୋଜନ କରାଯାଇଥିବା ବୈଠକରେ ସୂଚନା ଦିଆଯାଇଛି।
ଏହି ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ, ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକଙ୍କ ସହ ବହୁ ବରିଷ୍ଠ ଅଧିକାରୀ ବୈଠକରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri