ବାଲେଶ୍ୱର ଅଫିସ,୧୧।୧୦-ଦୁର୍ଘଟଣା ହ୍ରାସ ଏବଂ ଟ୍ରାଫିକ୍ ଭିଡ଼ ନିୟନ୍ତ୍ରଣ ଉଦ୍ଦେଶ୍ୟରେ ବାଲେଶ୍ୱର ସହରର କେତେକ ବ୍ୟସ୍ତବହୁଳ ରାସ୍ତାରେ ଭାରୀଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ମୋଟର ଯାନ ଅଧିନିୟମ ୧୯୮୮ର ଧାରା ୧୧୫ ଏବଂ ଓଡ଼ିଶା ମୋଟର ଯାନ ନିୟମ ୯୩ ଅନୁଯାୟୀ କ୍ଷମତା ପ୍ରୟୋଗ କରି ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏହି କଟକଣା ଜାରି କରିଛନ୍ତି। ପୂର୍ବାହ୍ନ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସହରର କିଛି ପ୍ରମୁଖ ରାସ୍ତାରେ କୌଣସି ପ୍ରକାର ମାଲ ବୋଝେଇ ଚାରିଚକିଆ ବା ତଦୂର୍ଦ୍ଧ୍ୱ ଭାରୀଯାନ ଚଳାଚଳ ନିମନ୍ତେ ଅନୁମତି ଦିଆଯିବ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଏକ ପ୍ରେସ୍ ବିବୃତିିରେ ସୂଚନା ଦିଆଯାଇଛି।
ସହରର ଆଇଟିଆଇ ଛକଠାରୁ ସୁରଜ ହୋଟେଲ ଛକ ଭାୟା ବସ୍ଷ୍ଟାଣ୍ଡ-ଫକୀରମୋହନ ଗୋଲେଇ, ପୋଲିସ ଲାଇନ୍ ଛକଠାରୁ ହେମକାପଦା ଛକ ଭାୟା ଫକୀରମୋହନ କଲେଜ, ଫକୀରମୋହନ ଗୋଲେଇରୁ ଟାଉନ ଥାନା ଭାୟା ଫାଣ୍ଡି ଛକ, ଚିଡ଼ିଆପୋଲ, ଜିଲା ମୁଖ୍ୟ ଚିକିତ୍ସାଳୟ, ସିନେମା ଛକ ଓ ମୋତିଗଞ୍ଜ ବଜାର, ଷ୍ଟେଶନ ଛକରୁ ପାଣିଟାଙ୍କି ଛକ ଭାୟା ଏଡ଼ିଏମ ଛକ-ଜିଲା ସ୍କୁଲ, ମିର୍ଜାପୋଖରୀରୁ ଛୁଆଳିଆ ମହାଦେବ ଛକ ଭାୟା ମାଣିଖମ୍ବ-ବାରବାଟୀ, ମିର୍ଜାପୋଖରୀରୁ ବାବିଲୋନ ଛକ ଭାୟା ଟାଉନହଲ-ସିନେମା ଛକ, ଟେକ୍ନିକାଲ ସ୍କୁଲ ଛକଠାରୁ ନାରୀସଂଘ ଭାୟା ଏଡିଏମ ଛକ-ରାଜାବଗିଚା, ଷ୍ଟେଶନ ଛକଠାରୁ ପଢୁଆଁପଦା ଛକ ଭାୟା ନାରୀସଂଘ ରୁଟ୍ରେ ଏହି କଟକଣା ଏକ ମାସ (୧ ଅକ୍ଟୋବର ୨୦୧୯ରୁ ୩୦ ଅକ୍ଟୋବର ୨୦୧୯) ପର୍ଯ୍ୟନ୍ତ ବଳବତ୍ତର ରହିବ। ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତା ଅନୁଯାୟୀ ଏହି କଟକଣାକୁ ବୃଦ୍ଧି କରାଯାଇପାରେ ବୋଲି ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି। ଜାରି କରାଯାଇଥିବା କଟକଣାକୁ ସମସ୍ତେ ମାନିବା ସହିତ ଟ୍ରାଫିକ ନିୟନ୍ତ୍ରଣରେ ସହଯୋଗ କରିବା ପାଇଁ ଜିଲା ପ୍ରଶାସନ ତରଫରୁ ଅନୁରୋଧ କରାଯାଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…
କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍ ପଡ଼ିଆଠାରେ…
ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…
କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ
ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…
ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ
ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…
ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍
ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…
ପାଟଣା ବ୍ଲକ୍ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ
ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…
ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ
ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…
ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…
ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…
Archives

