ସହର ସୀମାରେ ସଜାଗ ପୋଲିସ

ଢେଙ୍କାନାଳ ଅଫିସ, ୨୩।୩: ମହାମାରୀ କରୋନାକୁ ପ୍ରତିହତ କରିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଢେଙ୍କାନାଳ ଜିଲାକୁ ସୋମବାର ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାପରେ ଜିଲା ପ୍ରଶାସନ ଏବଂ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସହର ସମେତ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ା କରାଯାଇଛି। ଏଭଳି ଜରୁରୀ ସମୟରେ ସମସ୍ତ ନିର୍ଦ୍ଦେଶନାମାକୁ ପାଳନ କରିବା ସହିତ ପ୍ରଶାସନକୁ ଏଥିରେ ସହଯୋଗ କରିବାକୁ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।
ଅପରପକ୍ଷେ ସୋମବାର ଅପରାହ୍ନ ସାଢେ ୨ଟାରେ ଅମୃତସରରୁ ଢେଙ୍କାନାଳ ଦେଇ ବିଶାଖାପାଟଣା ଯାଉଥିବା ହୀରାକୁଦ ଏକ୍ସପ୍ରେସ୍‌ରୁ ଓହ୍ଲାଇଥିବା ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଉକ୍ତ ଟ୍ରେନ୍‌ରେ ଅମୃତସରରୁ ୨ଜଣ ଏବଂ ନୂଆଦିଲ୍ଲୀରୁ ଛୋଟ ପିଲାଙ୍କୁ ମିଶାଇ ୫ଜଣ ଯାତ୍ରୀ ଆସିଥିଲେ। ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏଥିସହ ସେମାନଙ୍କ ନାମ ପଞ୍ଜୀକରଣ କରାଯାଇଛି। ସହରର ବିଭିନ୍ନ ସ୍ଥାନରେ ଖୋଲା ରହିଥିବା ଦୋକାନ, ବ୍ୟବସାୟିକ ପ୍ରତିଷ୍ଠାନକୁ ପୋଲିସ ବନ୍ଦ କରିଛି। ଜିଲାପାଳ ମଧ୍ୟ ସହରରେ ବୁଲି ସ୍ଥିତି ସମୀକ୍ଷା କରିଛନ୍ତି। ସହରର ସୀମାରେ ପୋଲିସ ମୁତୟନ ହୋଇଛନ୍ତି। ବାହାରୁ ଆସୁଥିବା ଯାତ୍ରୀଙ୍କୁ ଯାଞ୍ଚ କରାଯାଉଛି। ଛକରେ ଏକାଠି ଛିଡ଼ା ହେଉଥିବା ଲୋକଙ୍କୁ ପୋଲିସ ଘଉଡ଼ାଇ ଦେଉଥିବା ଦେଖାଯାଇଛି ା
କୌଣସି ଜରୁରୀ କାର୍ଯ୍ୟରେ ବାହାରକୁ ଯିବାକୁ ହେଲେ ପାସ୍‌ ପାଇଁ ପୋଲିସ ଏବଂ ପ୍ରଶାସନକୁ ଅବଗତ କରାଇବାକୁ ପଡ଼ିବ। ଏହା ଜଣାପଡ଼ିବାପରେ ଥାନା ପରିସରରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଏ ନେଇ ସନ୍ଧ୍ୟାରେ ଜିଲା କାର୍ଯ୍ୟାଳୟରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଲକ୍‌ଡାଉନ ସମ୍ପର୍କିତ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଏସ୍‌ପି ଅନୁପମା ଜେମସ୍‌, ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆରଡିଏ ନରୋତ୍ତମ ବେହେରା, ଜିଲା ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟ, ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?