ବାରିପଦା ଅଫିସ, ୧୫ା୪- ଲକ୍ ଡାଉନ ଲାଗୁ ହେବାଠାରୁ ବାରିପଦା ସହରରେ ଥିବା ଉଠାଦୋକାନୀମାନଙ୍କ ଦୋକାନ ବନ୍ଦ ହୋଇ ପଡ଼ି ରହିଛି। ପରିବାର ପ୍ରତିପୋଷଣ କରିବା ସେମାନଙ୍କ ପାଇଁ କଷ୍ଟକର ହୋଇ ପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଉଠା ଦୋକାନୀମାନଙ୍କୁ ଚିହ୍ନଟ କରାଯାଇ ୩ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବା ନିମନ୍ତେ ନିଷ୍ପତ୍ତି ହୋଇଥିଲା। ଏହିି ପରିପ୍ରେକ୍ଷୀରେ ବାରିପଦା ପୌର ପରିଷଦ ଜରିଆରେ ଏକ ସଂସ୍ଥା ସର୍ଭେ କରି ଉଠା ଦୋକାନୀମାନଙ୍କ ତାଲିକା ପ୍ରଦାନ କରିଥିଲା। ଏଥିରେ ଅଧିକାଂଶ ଉଠା ଦୋକାନୀମାନଙ୍କ ନାମ ବାଦ୍ ପଡ଼ିଥିବା ନେଇ ଉଠା ଦୋକାନୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ମୁର୍ଗାବାଡ଼ି ଗୋଲେଇ ନିକଟସ୍ଥ ରାସ୍ତାକଡ଼ରେ ଅସ୍ଥାୟୀ ଠେଲାଗାଡ଼ି, ଚା ଦୋକାନ, ପାନ ଦୋକାନ କରିଥିବା ଦୋକାନୀଙ୍କ ନାମ ପ୍ରସ୍ତୁତ ତାଲିକାରେ ନାହିଁ। ତେଣୁ ସେମାନଙ୍କୁ ତାଲିକାରେ ଅନ୍ତର୍ଭୁକ୍ତ କରି ଆର୍ଥିକ ସାହାଯ୍ୟ ପ୍ରଦାନ ନିମନ୍ତେ ସେମାନେ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି। ଅରୁଣ କୁମାର ପାତ୍ର, କମଳାକାନ୍ତ ସେଠୀ, କାହ୍ନୁଚରଣ ତ୍ରିପାଠୀଙ୍କ ସମେତ ଏକାଧିକ ଉଠାଦୋକାନୀ ଜିଲାପାଳଙ୍କ ନିକଟରେ ଦାବି କରିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
Archives


