ସହାୟତା ଦାବି କଲେ ଘରୋଇ ଗାଡି ଚାଳକ

ସମ୍ବଲପୁର,୧୯ା୪(ବ୍ୟୁରୋ)-ଲକ୍‌ଡାଉନର ପ୍ରଭାବ ଘରୋଇ ବସ୍‌, ଟ୍ରକ, କାର ଓ ସମସ୍ତ ଚାରିଚକିଆ ଯାନ ଚଲାଇଥିବା ଡ୍ରାଇଭରମାନଙ୍କ ଉପରେ ପଡିଛି । ଗାଡି ଚଳାଚଳ ବନ୍ଦ ହେବାରୁ ସେମାନଙ୍କ ରୋଜଗାର ବନ୍ଦ ହୋଇଯାଇଛି । ତେଣୁ ସେମାନେ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି । ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଓଡିଶା ମୋଟର ଚାଳକ ସଂଘ ସମ୍ବଲପୁର ଶାଖା ପକ୍ଷରୁ ଦାବି କରାଯାଇଛି ।
ସମ୍ବଲପୁର ଜିଲାରେ ପ୍ରାୟ ୨୫ ହଜାରରୁ ଊର୍ଦ୍ଧ୍ୱ ଡାଇଭର ଅଛନ୍ତି । ଲକ୍‌ ଡାଉନ କଟକଣା ଯୋଗୁ ସେମାନେ ହାତବାନ୍ଧି ବସିଛନ୍ତି। ପରିବାର ପାଇଁ ଦୁଇ ଓଳି ଖାଦ୍ୟ ଯୋଗାଡ କରିବା ସେମାନଙ୍କ ପାଇଁ କାଠିକର ପାଠ ହୋଇଛି। ଆର୍ଥତ୍କ ସହାୟତା ପ୍ରଦାନ ନ କଲେ ସେମାନଙ୍କ ପିଲାଛୁଆ ଭୋକ ଉପାସରେ ମରିଯିବେ । ଅନ୍ୟ ରାଜ୍ୟରେ ଘରୋଇ ଡ୍ରାଇଭରମାନଙ୍କୁ ସରକାର ୫ ହଜାର ଟଙ୍କା ଆର୍ଥତ୍କ ସହାୟତା ଦେଇଛନ୍ତି । ଏହାକୁ ଓଡ଼ିଶା ସରକାର ଗ୍ରହଣ କରନ୍ତୁ ବୋଲି ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ସଂଘର ସଭାପତି ସୁବ୍ରତ ପାଣିଗ୍ରାହୀ, ସାଧାରଣ ସମ୍ପାଦକ ଅନିରୁଦ୍ଧ ପ୍ରଧାନଙ୍କ ସମେତ ଏକ ପ୍ରତିନିଧି ଦଳ ଏ ସଂକ୍ରାନ୍ତରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ସେହିପରି ଭାଜପା ସମଲେଶ୍ୱରୀ ମଣ୍ଡଳ ଓ ମହାନଦୀ ମଣ୍ଡଳ ମଧ୍ୟ ଅଟୋ ରିକ୍ସା ଚାଳକ ଓ ଘରୋଇ ଡ୍ରାଇଭରମାନଙ୍କୁ ସହାୟତା ଦେବାକୁ ଦାବି କରିଛି। ସୁଶାନ୍ତ ପୁରୋହିତ, ଶମ୍ଭୁ ବରେଲିଆ, ଦଧିବାବନ ପଣ୍ଡା, ସୁନିଲ ମହାରଣା ପ୍ରମୁଖଙ୍କ ଏହି ଦାବିପତ୍ରରେ ସ୍ବାକ୍ଷର କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri