ସହାୟତା ପାଇଁ କର୍କଟ ରୋଗୀ ପ୍ରଶାସନର ଦ୍ୱାରସ୍ଥ

ଭଦ୍ରକ ଅଫିସ, ୧୭ା୨- ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଚାଲିଥିବା ଅଭିଯୋଗ ଶୁଣାଣିରେ କର୍କଟ ରୋଗରେ ପୀଡ଼ିତ ଭଦ୍ରକ ବ୍ଲକ ବେଲଦା ଗ୍ରାମର ରାଜନ ଯେନା ଆର୍ଥିକ ସହାୟତା ପାଇଁ ନିବେଦନ କରିଛନ୍ତି। ଭଦ୍ରକ ସୋସିଆଲ ସର୍ଭିସ ସଂଗଠନ ସହାୟତାରେ ରୋଗୀଙ୍କ ଗାଁରୁ ଅଣାଯାଇ ପ୍ରଶାସନର ଦ୍ୱାରସ୍ଥ କରାଯାଇଛି। ପ୍ରାଥମିକ ଚିକିତ୍ସା କଟକ ମେଡିକାଲରେ କରିବା ପରେ ଲକ୍ଷାଧିକ ଟଙ୍କାର ଆବଶ୍ୟକ ଥିବା ସେ ଜାଣିବାକୁ ପାଇଥିଲେ। ଏହାପରେ ଆର୍ଥିକ ଦୁରାବସ୍ଥା କାରଣରୁ ସେ ଘରେ ରହି ରୋଗରେ ପୀଡ଼ିତ ଥିଲେ। ସଙ୍ଗଠନର କର୍ମକର୍ତ୍ତା ମାନେ ପହଞ୍ଚି ତାଙ୍କୁ ଜିଲା ପ୍ରଶାସନ ନିକଟରେ ଦ୍ୱାରସ୍ଥ କରାଇ ଆର୍ଥିକ ସହାୟତା ଦାବି କରିଛନ୍ତି। ତାଙ୍କ ଘରେ ସେ ଏକା ରୋଜଗାରିଆ ଓ ୨ ଟି କୁନି କୁନି ପିଲା ମଧ୍ୟ ତାଙ୍କର ଅଛନ୍ତି। ଆର୍ଥିକ ଅବସ୍ଥା ଦୁର୍ବଳ ଥିବାରୁ ସେ ଗ୍ରାମବାସୀଙ୍କ ଠାରୁ ଟଙ୍କା ମାଗି କରି ମେଡିକାଲ ଚିକିତ୍ସା ହେବା ପାଇଁ ଯାଆନ୍ତି। ବର୍ତ୍ତମାନ ସୁଦ୍ଧା ୩୦,୦୦୦ ରୁ ଅଧିକ ଟଙ୍କା ତାଙ୍କ ସ୍ତ୍ରୀ ଖର୍ଚ୍ଚ କରିସାରିଲେଣି। ଜିଲା ପ୍ରଶାସନ ମେଡିକାଲ ସହିତ ଯୋଗାଯୋଗ କରି କିଭଳି ନିଃଶୁଳ୍କ କେମୋ ନେବା ସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ସହାୟତା ପ୍ରଦାନ ପାଇଁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri