Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ଭାରତ

ସିଡ୍‌ନୀ,୫ା୩- ଭାରତୀୟ ମହିଳା ଦଳ ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ମହିଳା ଟି୨୦ ବିଶ୍ୱକପ୍‌ ଇତିହାସରେ ଭାରତୀୟ ଦଳ କଦାପି ସେମିଫାଇନାଲ ବାଧା ଅତିକ୍ରମ କରିପାରି ନ ଥିଲା। କିନ୍ତୁ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆକୁ ଏଥର ଭାଗ୍ୟଦେବୀ ସହାୟ ହୋଇଛନ୍ତି। ବର୍ଷା ଯୋଗୁ ଭାରତୀୟ ଦଳ ସେମିଫାଇନାଲରେ ଅବତିର୍ଣ୍ଣ ନ ହୋଇ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍‌ସିଜି)ଠାରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ସେମିଫାଇନାଲ ଖେଳାଯିବାର ଥିଲା। କିନ୍ତୁ ଲଗାଣ ବର୍ଷା ଯୋଗୁ ମ୍ୟାଚ୍‌କୁ ବାତିଲ ଘୋଷଣା କରାଯାଇଛି। ପୂର୍ବରୁ ବର୍ଷା ସମ୍ଭାବନା ଥିବା ଆଇସିସିକୁ କ୍ରିକେଟ ଅଷ୍ଟ୍ରେଲିଆ ଜଣାଇବା ସହ ରିଜର୍ଭ ଡେ’ ପାଇଁ ଅନୁରୋଧ କରିଥିଲା। କିନ୍ତୁ ଆଇସିସି ଏହାକୁ ପ୍ରତ୍ୟାଖ୍ୟାନ କରି ଦେଇଥିଲା। ଏଣୁ ଆଇସିସି ନିୟମ ଅନୁସାରେ ଗ୍ରୁପ୍‌ ଏ’ରେ ଅପରାଜେୟ ରହିଥିବା ଭାରତୀୟ ଦଳ ସିଧାସଳଖ ଫାଇନାଲରେ ପ୍ରବେଶ କରିଛି। ଗ୍ରୁପ ପର୍ଯ୍ୟାୟରେ ଭାରତ ପ୍ରଥମେ ଅଷ୍ଟ୍ରେଲିଆ, ଦ୍ୱିତୀୟ ମ୍ୟାଚ୍‌ରେ ବାଂଲାଦେଶ ଓ ତୃତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ହରାଇଥିଲା। ଅନ୍ତିମ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ପରାସ୍ତ କରି ୪ ମ୍ୟାଚ୍‌ରୁ ୮ ପଏଣ୍ଟ ସହ ଗ୍ରୁପ ତାଲିକାର ଶୀର୍ଷ ସ୍ଥାନ ଅଧିକାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?