ସାଇକେଲରେ ଘରକୁ ଫେରିଲେ ବାହାର ରାଜ୍ୟ ଟ୍ରକ୍‌ ଚାଳକ

ବରଗଡ଼ ଅଫିସ୍‌,୨୯।୩-ମାଲ୍‌ ପରିବହନ କାମ ପାଇଁ ବରଗଡ଼ ସହର ଉପକଣ୍ଠ ସିମେଣ୍ଟ କାରଖାନାକୁ ଆସିଥିବା ବାହ୍ୟ ରାଜ୍ୟର କେତେକ ଟ୍ରକ୍‌ ଚାଳକ ହଇରାଣ ହୋଇଛନ୍ତି। ଲକ୍‌ ଡାଉନ୍‌ ପରେ ନୂଆ ସାଇକେଲ କିଣି ସେଥିରେ ନିଜ ଗ୍ରାମକୁ ଫେରଛନ୍ତି। କାରଖାନା କର୍ତ୍ତୃପକ୍ଷଙ୍କଠାରୁ ଆରମ୍ଭ କରି ବିଭାଗୀୟ ଅଧିକାରୀଙ୍କୁ ସେମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ କରିବା ସତ୍ତ୍ବେ କିଛି ସୁଫଳ ନ ମିଳିବାରୁ ଏଭଳି ପଦକ୍ଷେପ ନେଇଥିବା କହିଛନ୍ତି।
ଉତ୍ତରପ୍ରଦେଶ ସମେତ ବିଭିନ୍ନ ରାଜ୍ୟର ଟ୍ରକ୍‌ ଡ୍ରାଇଭରମାନେ ଟ୍ରକ୍‌ ଧରି ସିମେଣ୍ଟ ପରିବହନ ପାଇଁ ଏହି କାରଖାନାରେ ନିୟୋଜିତ ଥିଲେ । ଲକ୍‌ ଡାଉନ ପରେ କାରଖାନା ପାଖରେ ରହିଥିବା ରୋଷେଇ ଘରେ ରନ୍ଧାବଢ଼ା କରୁଥିଲେ। ତାହା ଖାଇ ଟ୍ରକ୍‌ ତଳେ ଜୀବନ ଅତିବାହିତ କରୁଥିଲେ । ମାତ୍ର କାରଖାନା କର୍ତ୍ତୃପକ୍ଷ ସେହି ରୋଷେଇ ଘର ସମେତ ସେଠାରେ ରହିଥିବା ପାଇଖାନା, ଗାଧୁଆଘର ଆଦିରେ ତାଲା ପକାଇ ଦେଇଥିଲେ । ଫଳରେ ପାଣି ଟିକିଏ ମଧ୍ୟ ସେମାନଙ୍କୁ ମିଳି ପାରି ନ ଥିଲା । ଏ ନେଇ ସେମାନେ କାରଖାନା କର୍ତ୍ତୃପକ୍ଷଙ୍କ ସମେତ ଟ୍ରକ୍‌ ମାଲିକଙ୍କୁ ବାରମ୍ବାର ଅବଗତ କରାଇଥିଲେ । ତଥାପି କିଛି ସୁଫଳ ମିଳି ନଥିଲା । ଫଳରେ ଏକ ସାଇକେଲ ଷ୍ଟୋରରୁ ୬ଟି ନୂଆ ସାଇକେଲ କିଣି ସେଥିରେ ନିଜ ସାମଗ୍ରୀ ବୋଝେଇ କରି ସେମାନେ ନିଜ ଘର ଅଭିମୁଖେ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri