ସାଇକେଲରେ ଘରକୁ ଫେରିଲେ ବାହାର ରାଜ୍ୟ ଟ୍ରକ୍‌ ଚାଳକ

ବରଗଡ଼ ଅଫିସ୍‌,୨୯।୩-ମାଲ୍‌ ପରିବହନ କାମ ପାଇଁ ବରଗଡ଼ ସହର ଉପକଣ୍ଠ ସିମେଣ୍ଟ କାରଖାନାକୁ ଆସିଥିବା ବାହ୍ୟ ରାଜ୍ୟର କେତେକ ଟ୍ରକ୍‌ ଚାଳକ ହଇରାଣ ହୋଇଛନ୍ତି। ଲକ୍‌ ଡାଉନ୍‌ ପରେ ନୂଆ ସାଇକେଲ କିଣି ସେଥିରେ ନିଜ ଗ୍ରାମକୁ ଫେରଛନ୍ତି। କାରଖାନା କର୍ତ୍ତୃପକ୍ଷଙ୍କଠାରୁ ଆରମ୍ଭ କରି ବିଭାଗୀୟ ଅଧିକାରୀଙ୍କୁ ସେମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ କରିବା ସତ୍ତ୍ବେ କିଛି ସୁଫଳ ନ ମିଳିବାରୁ ଏଭଳି ପଦକ୍ଷେପ ନେଇଥିବା କହିଛନ୍ତି।
ଉତ୍ତରପ୍ରଦେଶ ସମେତ ବିଭିନ୍ନ ରାଜ୍ୟର ଟ୍ରକ୍‌ ଡ୍ରାଇଭରମାନେ ଟ୍ରକ୍‌ ଧରି ସିମେଣ୍ଟ ପରିବହନ ପାଇଁ ଏହି କାରଖାନାରେ ନିୟୋଜିତ ଥିଲେ । ଲକ୍‌ ଡାଉନ ପରେ କାରଖାନା ପାଖରେ ରହିଥିବା ରୋଷେଇ ଘରେ ରନ୍ଧାବଢ଼ା କରୁଥିଲେ। ତାହା ଖାଇ ଟ୍ରକ୍‌ ତଳେ ଜୀବନ ଅତିବାହିତ କରୁଥିଲେ । ମାତ୍ର କାରଖାନା କର୍ତ୍ତୃପକ୍ଷ ସେହି ରୋଷେଇ ଘର ସମେତ ସେଠାରେ ରହିଥିବା ପାଇଖାନା, ଗାଧୁଆଘର ଆଦିରେ ତାଲା ପକାଇ ଦେଇଥିଲେ । ଫଳରେ ପାଣି ଟିକିଏ ମଧ୍ୟ ସେମାନଙ୍କୁ ମିଳି ପାରି ନ ଥିଲା । ଏ ନେଇ ସେମାନେ କାରଖାନା କର୍ତ୍ତୃପକ୍ଷଙ୍କ ସମେତ ଟ୍ରକ୍‌ ମାଲିକଙ୍କୁ ବାରମ୍ବାର ଅବଗତ କରାଇଥିଲେ । ତଥାପି କିଛି ସୁଫଳ ମିଳି ନଥିଲା । ଫଳରେ ଏକ ସାଇକେଲ ଷ୍ଟୋରରୁ ୬ଟି ନୂଆ ସାଇକେଲ କିଣି ସେଥିରେ ନିଜ ସାମଗ୍ରୀ ବୋଝେଇ କରି ସେମାନେ ନିଜ ଘର ଅଭିମୁଖେ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri