ସାଇକେଲରେ ପରିବେଶ ସୁରକ୍ଷା ବାଣ୍ଟୁଥିବା ଅମରେଶଙ୍କୁ ସ୍ବାଗତ

ନୟାଗଡ଼ ଅଫିସ,୨୮।୧୨: ବୃକ୍ଷ ଓ ପରିବେଶ ସୁରକ୍ଷା ବାର୍ତ୍ତା ନେଇ ପାରାଦୀପରୁ ସାଇକେଲରେ ବ୍ରହ୍ମପୁର ଅଭିୁମୁଖେ ବାହାରିଥିବା ପରିବେଶବିତ ଅମରେଶ ନରେଶ ସାମନ୍ତଙ୍କୁ ଶୁକ୍ରବାର ନୟାଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ବାଗତ କରାଯାଇଥିଲା। ପ୍ରଥମେ ନୟାଗଡ଼ ଠାରେ ପହଞ୍ଚିବା ପରେ ବନ ବିଭାଗ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା। ନୟାଗଡ଼ ଡିଏଫଓ ଧନରାଜ ଏଚଡି ଓ କର୍ମଚାରୀମାନେ ଅମରେଶଙ୍କୁ ସ୍ବାଗତ କରିବା ସହିତ ପରିବେଶ ପ୍ରତି ତାଙ୍କର ଏହି ଅବଦାନକୁ ସାଧୁବାଦ ଜଣାଇଥିଲେ। ସେହିଭଳି ଅମରେଶ ଶରଣକୁଳଠାରେ ପହଞ୍ଚିବା ପରେ ପଞ୍ଚରିଡ଼ା ରେଞ୍ଜର ଅର୍ଚ୍ଚନା ଗମାଙ୍ଗେ।, ଫ୍ରେଣ୍ଡ୍‌ସ ହେଲ୍‌ପ ଗ୍ରୁପ୍‌ର ସଦସ୍ୟ, ଗ୍ରୀନ କ୍ଲବର ସଦସ୍ୟମାନେ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ପ୍ରକାଶ ଯେ ଅମରେଶ ଗତ ୨୧ ତାରିଖଠାରୁ ପରିବେଶ ବିଷୟରେ ଲୋକମାନଙ୍କୁ ସଚେତନତ କରାଇବା ଉଦ୍ଦେଶ୍ୟରେ ପାରାଦୀପରୁ ସାଇକେଲରେ ବାହାରି କେନ୍ଦ୍ରାପଡ଼ା, ରାଜନଗର, ସାତଭାଇଆ ପେଣ୍ଠ, ଭିତରକନିକା, ଢେଙ୍କାନାଳ, କପିଳାସ, ମଙ୍ଗୁଳି, କଟକ, ଭୁବନେଶ୍ୱର, ଖୋର୍ଦ୍ଧା ପରେ ଶୁକ୍ରବାର ନୟାଗଡ଼ରେ ପହଞ୍ଚିଥିଲେ। ୨୯ ତାରିଖ ସୁଦ୍ଧା ସେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳ ବୁଲି ଗୋପାଳପୁର ବେଳାଭୂଇଁରେ ପହଞ୍ଚିବେ ବୋଲି ପ୍ରକାଶ କରିଛନ୍ତି। ଅମରେଶ ଏହି ସାଇକେଲ ପରିକ୍ରମାରେ ଜନସାଧାରଣଙ୍କୁ ବୃକ୍ଷରୋପଣ, ପଲିଥିନ ବର୍ଜନ, ବାୟୁ ଓ ଜଳ ପ୍ରଦୂଷଣରୁ ମୁକ୍ତ ରହିବାପାଇଁ ସଚେତନ କରାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri