ସାଇକେଲରେ ସବୁଜ ବାହିନୀର ସଚେତନତା

ବ୍ରହ୍ମପୁର ଅଫିସ,୨ା୧- ନୂତନ ବର୍ଷକୁ କିଛି ନିଆରା ଢଙ୍ଗରେ ସ୍ବାଗତ କରିଛନ୍ତି ବ୍ରହ୍ମପୁର ସବୁଜ ବାହିନୀ କର୍ମକର୍ତ୍ତା ।
ନୂତନ ବର୍ଷରୁ ଗୃହ ମଧ୍ୟରେ ଚାରା ତଥା ଅନ୍ତଃଗୃହ ଚାରା ରୋପଣ ଦିଗରେ ଜନସଚେତନତା ଆରମ୍ଭ କରିଛନ୍ତି। ପୂର୍ବରୁ ସବୁଜ ବାହିନୀ ତରଫରୁ ବିଭିନ୍ନ ସ୍ଥାନରେ ବାହ୍ୟ ଚାରାରୋପଣ ଉପରେ ସଚେତନତା ସହ ଏ ଦିଗରେ ବହୁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।
ଏବେ ଅନ୍ତଃଗୃହ ଚାରା ରୋପଣ ଓ ତା’ର ଆବଶ୍ୟକତା ଉପରେ ସଚେତନତା ସୃଷ୍ଟି କରିବାକୁ ସବୁଜ ବାହିନୀ ଅଣ୍ଟା ଭିଡିଛି। ଏନେଇ ନୂତନ ବର୍ଷ ଅବସରରେ ଏକ ସଚେତନତା ସାଇକେଲ ଯାତ୍ରା ଆୟୋଜିତ ହୋଇଥିଲା। ପୁରୁଣା ବସ୍‌ଷ୍ଟାଣ୍ଡରୁ ଏହି ସାଇକେଲ ଶୋଭାଯାତ୍ରା ବାହାରି ବିଭିନ୍ନ ଅଞ୍ଚଳ ପରିକ୍ରମା କରି ଗିରିଜା ଛକରେ ପହଞ୍ଚିଥିଲା ।
ଏଥିରେ ପ୍ରାୟ ୧୬ ଜଣ ସ୍ବେଚ୍ଛାସେବୀ, ସାମାଜିକ କର୍ମୀ, ସମାଜସେବୀ ସାମିଲ ହୋଇ ଅନ୍ତଃଗୃହ ଚାରାରୋପଣର ଅବଶ୍ୟକତା ଓ ଗୁରୁତ୍ୱ ଉପରେ ସଚେତନ କରିଥିଲେ। ଆଧୁନିକ ସମାଜରେ ବିଳାସପୂର୍ଣ୍ଣ ତଥା ଅତ୍ୟାଧୁନିକ ସାଜସଜ୍ଜା ଗୃହରେ ରହିବାକୁ ଅନେକ ପସନ୍ଦ କରୁଛନ୍ତି ା ଫଳରେ ଅନେକଙ୍କ ବାହ୍ୟ ଚାରାରୋପଣ ପାଇଁ ଇଚ୍ଛା ସତ୍ତ୍ୱେ ଏହା କରିପାରୁ ନାହାନ୍ତି। ତେଣୁ ଇଚ୍ଛୁକ ଜନସାଧାରଣ ଗୃହ ଭିତରେ ଘିକୁଅଁାରୀ, ତୁଳସୀ ଓ ମନି ପ୍ଲାଣ୍ଟ ଭଳି ଅନ୍ତଃଗୃହ ଚାରା ରୋପଣ କରିପାରିବେ ବୋଲି ସଂଗଠନ ପକ୍ଷରୁ ସୂଚାଯାଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଚକ୍ଷୁ ବିଶେଷଜ୍ଞ ଡ. ବି.ନାଗେଶ୍ୱର ରାଓ ସୁବୁଦ୍ଧି ଯୋଗଦେଇ ଶୋଭାଯାତ୍ରାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ମଧୁମେହ ବିଶେଷଜ୍ଞ ଡା.ସୁନୀଲ କୋଟା ଏହାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ଇକୋକ୍ଲବ ଜିଲା ସଂଯୋଜକ ଡ. ଶଙ୍କର ନାରାୟଣ ବେଜ ସ୍ବାଗତ ଭାଷଣ ଦେଇଥିଲେ ା ସବୁଜ ବାହିନୀ ସଭାପତି ଶିବରାମ ପାଣିଗ୍ରାହୀ, ସମ୍ପାଦକ ଏମ୍‌.ଦିଲୀପ କୁମାର, ଆଞ୍ଚଳିକ ବିକାଶ ପରିଷଦ ସଭାପତି ସାଗର କୁମାର ପାତ୍ର, ସମ୍ପାଦକ ବିଜେନ୍ଦ୍ର ମାଝି, ମାରୱାଡି ମହିଳା ସମ୍ପାଦିକା ରୁବି ଖେମାଣି, ମହାତ୍ମା ହେଲ୍‌ଫି ହ୍ୟାଣ୍ଡର ଏମ୍‌. ଭେଙ୍କଟ ରାମାଣା, ବନମାଳୀ ପ୍ରଧାନ, ଅରବିନ୍ଦ ଦେଶି ବେହେରା ଓ ଗୋପାଳ କୃଷ୍ଣ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri