ସାଇକେଲରେ ୯ ଦିନରେ ୭୦୦ କି.ମି. ଯାତ୍ରା: ପରିବେଶ ସୁରକ୍ଷା ବାର୍ତ୍ତା ଦେଲେ ଅମରେଶ

ବ୍ରହ୍ମପୁର ଅଫିସ,୩୦ା୧୨-ପରିବେଶ ସୁରକ୍ଷା ନିମନ୍ତେ ଚାରାରୋପଣ କରିବା ସଚେତନତା ବାର୍ତ୍ତା ନେଇ ଗତ ୨୧ ତାରିଖରୁ ପାରାଦୀପରୁ ସାଇକେଲରେ ବାହାରି ଥିବା ଇଂ. ଅମରେଶ ନରେଶ ସାମନ୍ତ ରବିବାର ପୂର୍ବାହ୍ନରେ ବ୍ରହ୍ମପୁରରେ ତାଙ୍କ ଯାତ୍ରା ଶେଷ କରିଛନ୍ତି। ବ୍ରହ୍ମପୁର ଷ୍ଟାଡିୟମ ପରିସରରେ ତାଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।
ପାରାଦୀପ ପୋର୍ଟରେ ଇଞ୍ଜିନିୟର ଭାବେ କାର୍ଯ୍ୟରତ ଅମରେଶ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରତିବର୍ଷ ଦେଖା ଦେଉଥିବା ବାତ୍ୟାକୁ ଏଡ଼ାଇବା ପାଇଁ ଚାରାରୋପଣ କରିବା ଓ ପରିବେଶ ପ୍ରଦୂଷଣକୁ ରୋକିବା ନିମନ୍ତେ ସଚେତନତା ସୃଷ୍ଟି କରିଥିଲେ ା ୯ ଦିନରେ ସାଇକେଲରେ ସେ ୭୦୦ କି.ମି. ଅତିକ୍ରମ କରିଥିଲେ। କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡର ବିଭିନ୍ନ ଅଞ୍ଚଳକୁ ଯାଇ ଚାରାରୋପଣ ଓ ପରିବେଶ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରାଇବା ପରେ ବ୍ରହ୍ମପୁରଠାରେ ଯାତ୍ରା ସମାପନ କରିଛନ୍ତି। ବ୍ରହ୍ମପୁର ଷ୍ଟାଡିୟମ ପରିସରରେ ଅମରେଶଙ୍କୁ ସ୍ବାଗତ କରାଯିବା ସହ ସମ୍ବର୍ଦ୍ଧିତ କରାଯାଇଥିଲା ା ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଡିଏଫ୍‌ଓ ଅମ୍ଳାନ କୁମାର ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ ା ପରିବେଶବିତ ସୁଧୀର ରାଉତ, ସବୁଜବାହିନୀର ସଭାପତି ଶିବରାମ ପାଣିଗ୍ରାହୀ, ଆଞ୍ଚଳିକ ବିକାଶ ପରିଷଦର ସଭାପତି ସାଗର କୁମାର ପାତ୍ର, ଇକୋ କ୍ଲବର ସଂଯୋଜକ ଡ. ଶଙ୍କର ନାରାୟଣ ବେଜ, ଶିକ୍ଷାବିତ୍‌ ଶ୍ୟାମସୁନ୍ଦର ଖାଡଙ୍ଗା ଅତିଥି ଭାବେ ଯୋଗଦେଇ ଅମରେଶଙ୍କୁ ସମ୍ବର୍ଦ୍ଧିତ କରିଥିଲେ ା ଅମରେଶ ଦୀର୍ଘ ୨୦ ବର୍ଷ ହେଲା ପରିବେଶ ସୁରକ୍ଷା ଓ ସବୁଜ ଓଡ଼ିଶା ଗଠନ ନେଇ ଉଦ୍ୟମ କରି ଆସୁଥିବା କହିବା ସହ ଚାରାରୋପଣ ପ୍ରତ୍ୟେକଙ୍କ ଦାୟିତ୍ୱ ବୋଲି ମତବ୍ୟକ୍ତ କରିଥିଲେ ା କାର୍ଯ୍ୟକ୍ରମରେ ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ, ମହାମତ୍ା ଗାନ୍ଧୀ ହେଲ୍ପିଂ ହ୍ୟାଣ୍ଡସ୍‌, ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ, ଟିମ କ୍ଳିନ ସିଟି, ସିଟି ହାଇସ୍କୁଲର ଏନସିସି କ୍ୟାଡେଟ ଚିଫ ଗୋପାଳକୃଷ୍ଣ ମିଶ୍ରଙ୍କ ସମେତ ସ୍କୁଲ ଏନସିସି କ୍ୟାଡେଟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri