ସାଇକେଲ ଆରୋହୀଙ୍କଠାରୁ ସୁନା ଅଳଙ୍କାର ଲୁଟ୍‌

ଦିଗପହଣ୍ଡି,୨ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ରାଜପୁର ରୋଡରେ ସୋମବାର ଜଣେ ସାଇକେଲ ଆରୋହୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୫ ଭରି ଓଜନର ସୁନା ଅଳଙ୍କାର ମୁଣିକୁ ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଛନ୍ତି ଦିଗପହଣ୍ଡି ବ୍ଲକ ଆଙ୍କୋରଡା ପଞ୍ଚାୟତ ରାଜପୁର ଗ୍ରାମର ସୁଦର୍ଶନ ବିଷୋୟୀ। ପ୍ରକାଶ ଯେ, ସୁଦର୍ଶନ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖାରେ ବନ୍ଧକ ରଖିଥିବା ସୁନା ଅଳଙ୍କାର ଗୁଡିକୁ ମୁକୁଳାଇ ଅପରାହ୍ନରେ ରାଜପୁର ଗ୍ରାମ ସ୍ଥିତ ଘରକୁ ଫେରୁଥିଲେ। ଦୁର୍ବୃତ୍ତମାନେ କୌଣସି ସୂତ୍ରରୁ ଏହା ଜାଣିପାରି ତାଙ୍କୁ ଏକ ବାଇକ୍‌ରେ ପିଚ୍ଛା କରିଥିଲେ। ପରେ ରାଜପୁର ଗ୍ରାମ ମୁଖ୍ୟ ରାସ୍ତାର ନିଛାଟିଆ ସ୍ଥାନ ଦେଖି ସୁଦର୍ଶନଙ୍କୁ ଅଟକାଇଥିଲେ। ଜଣେ ଦୁର୍ବୃତ୍ତ ବାଇକ୍‌ରୁ ଓହ୍ଲାଇ ପ୍ରଥମେ ସୁଦର୍ଶନଙ୍କୁ ଗଳାଧକ୍କା ମାରିଥିଲେ। ସେ ତଳେ ପଡିଯିବା ପରେ ଦୁର୍ବୃତ୍ତ ଦ୍ୱୟ ସୁନା ମୁଣି ଛଡାଇ ନେଇ ଦିଗପହଣ୍ଡି ଅଭିମୁଖେ ଚମ୍ପଟ ମାରିଥିଲେ। ସୁଦର୍ଶନ ଏ ନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା ବେଳେ ଦୁର୍ବୃତ୍ତମାନେ ହେଲ୍‌ମେଟ ପିନ୍ଧିଥିବା ସେ ପୋଲିସକୁ କହିଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri