ସାଇକେଲ ଚଢି ଅଫିସ୍‌ ଆସିଲେ ବିଏମ୍‌ସି, ବିଡିଏ କର୍ମଚାରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଭୁବନେଶ୍ୱର ସହରରେ ବୃଦ୍ଧି ପାଉଥିବା ପରିବେଶ ପ୍ରଦୂଷଣକୁ ରୋକିବା ପାଇଁ ଭୁବନେଶ୍ୱର ସ୍ମାର୍ଟସିଟି ଲିଃ(ବିଏସସିଏଲ) କର୍ତ୍ତୃପକ୍ଷ ଅଭିନବ ପଦକ୍ଷେପ ନେଇଛନ୍ତି। ପରିବେଶ ପ୍ରଦୂଷଣ ହ୍ରାସ ନିମନ୍ତେ ଅଣମୋଟର ଯାନ ଉପଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତି ଶୁକ୍ରବାର ନିଶ୍ଚିତ ଭାବେ ସାଇକେଲରେ ଅଫିସ ଆସିବାକୁ ସ୍ମାର୍ଟସିଟି କର୍ତ୍ତୃପକ୍ଷ ନିଜର କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଜାରି କରିଥିଲେ। ଏହି ନିର୍ଦ୍ଦେଶ ଅନୁଯାୟୀ ଶୁକ୍ରବାର ବିଏମସି କର୍ମଚାରୀମାନେ ସାଇକେଲରେ ଅଫିସ୍‌ ଆସିଛନ୍ତି। ବିଡିଏ କମିଶନର, ଅତିରିକ୍ତ କମିଶନର, ଡେପୁଟୀ କମିଶନର ପ୍ରମୁଖ ସାଇକେଲ ଧରି ଅଫିସ୍‌ ଆସିଛନ୍ତି। ଭୁବନେଶ୍ୱର ମହାନଗର ନିଗମ, ଭୁନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏବଂ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ ପକ୍ଷରୁ ନିଜ ନିଜର କର୍ମଚାରୀଙ୍କୁ ସାଇକେଲ ଚଢ଼ି ଅଫିସ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ପରିବେଶ ପ୍ରଦୂଷଣ ହ୍ରାସ ଦିଗରେ ପ୍ରଥମଥର ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ବିଏମସିରେ ୪୦୦, ବିଡିଏରେ ୮୦୦ ଓ ବିଏସସିଏଲରେ ୧୦୦ କର୍ମଚାରୀ ଏହି ନିର୍ଦ୍ଦେଶ ପାଳନ କରିବେ। ନିୟମ ଲାଗୁ ହେଲେ ସହରରେ ଶୁକ୍ରବାର ଦିନ ପ୍ରାୟ ହଜାରେ ଗାଡ଼ି ଚଳାଚଳ ବନ୍ଦ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri