ସାଇବର ଠକେଇ ଅଭିଯୋଗରେ ନାବାଳକ ଅଟକ

ଉମରକୋଟ, ୫।୩ସ୍ବ.ପ୍ର.): ପେନିୟର ବାୟ ବ୍ୟାଙ୍କ ନାମରେ ଲୋକଙ୍କୁ ଠକୁଥିବା ଜଣେ ସାଇବର ଠକଙ୍କୁ ଉମରକୋଟ ପୋଲିସ ଅଟକ ରଖିଛି। ସେ ଜଣେ ନାବାଳକ। ତାଙ୍କ ଘର ଗଞ୍ଜାମ ଜିଲା ବାଲିପଦର ଥାନା ଅଞ୍ଚଳରେ ବୋଲି ଉମରକୋଟ ପୋଲିସ କହିଛି। ନାବାଳକଙ୍କୁ ଭବାନୀପାଟଣା ସ୍ଥିତ ଜୁଭେନାଇଲ କୋର୍ଟରେ ହାଜର କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ଚାଇଲ୍ଡ ଅବଜର୍ଭେଶନ ହୋମ୍‌ରେ ରଖାଯାଇଛି ବୋଲି ଉମରକୋଟ ପୋଲିସ ସୂଚନା ଦେଇଛି। ସୂଚନାନୁଯାୟୀ, ଗତ ୨୧ରେ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅଧୀନ ମୂର୍ତ୍ତୃମା ପଞ୍ଚାୟତ ସାନଖଡ଼କା ଗ୍ରାମର ଗୋକୁଲ ବିଶ୍ୱାସ ତାଙ୍କର ୧, ୦୫, ୦୩୨ଟଙ୍କା ଠକେଇ ହୋଇଥିବା ନେଇ ଉମରକୋଟ ଥାନାର ଦ୍ବାରସ୍ଥ ହୋଇଥିଲେ। ଏସ୍‌ପି ଏସ୍‌. ସୁଶ୍ରୀ ସାଇବର ପୋଲିସ ଓ ଉମରକୋଟ ପୋଲିସକୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଜିଲା ସାଇବର ପୋଲିସ କର୍ମଚାରୀ, ଉମରକୋଟ ଥାନାଧିକାରୀ ଗୋବିନ୍ଦ ଚନ୍ଦ୍ର ବୁରୁଦା, ସବ୍‌ଇନ୍ସିପେକ୍ଟର ସନ୍ତୋଷ ମାଝି ଓ ଅନ୍ୟ କେତେଜଣ ପୋଲିସ ଅଧିକାରୀଙ୍କୁ ନେଇ ଗଠିତ ଟିମ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ବିଭିନ୍ନ ଦିଗକୁ ନେଇ ତଦନ୍ତ କରିବା ପରେ ଘଟଣାରେ ନାବାଳକଙ୍କ ସମ୍ପୃକ୍ତି ଥିବା ଜାଣିବାକୁ ପାଇ ତଦନ୍ତକାରୀ ଟିମ୍‌ ସେଠାକୁ ଯାଇଥିଲେ। ନାବାଳକଙ୍କ ଘରୁ ୧ଲକ୍ଷ ୫ହଜାର ନଗଦ ଟଙ୍କା, ତିନୋଟି ଏଟିଏମ୍‌ କାର୍ଡ, ପେନ୍‌ଡ୍ରାଇଭ, ଲାପ୍‌ଟପ୍‌, ପେଟିଏମ୍‌ ସ୍କାନର, କ୍ରିପ୍ଟ ହ୍ୟାକିଂ ବହି, ମୋବାଇଲ ସହ କିଛି ଗୁରୁତ୍ୱପୂର୍ଣ୍ଣ ଫାଇଲ ଜବତ କରାଯାଇଛି। ସେଠାରୁ ନାବାଳକଙ୍କୁ ଆଣି ଭବାନୀପାଟଣାସ୍ଥିତ ଜୁଭେନାଇଲ କୋର୍ଟରେ ହାଜର କରାଯିବାପରେ ତାଙ୍କୁ ଚାଇଲ୍ଡ ଅବଜର୍ଭେଶନ ହୋମରେ ରଖାଯାଇଛି। ନାବାଳକ ଜଣକ ସ୍କାନିନ୍‌ଫୋଗା ନାମରେ ଏକ ଅନୁଷ୍ଠାନ କରି ଲୋକଙ୍କୁ କିପରି ଠକିବେ ସେ ନେଇ ୪୦ରୁ ୫୦ ପିଲାଙ୍କୁ ଅନ୍‌ଲାଇନ ତାଲିମ ଦେଉଥିଲେ ବୋଲି ପୋଲିସ କହିଛି। ଏହି ଘଟଣାରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ଉମରକୋଟ ଏସ୍‌ଡିପିଓ ଶୁଭେନ୍ଦୁ ଶବର କହିଛନ୍ତି। ଉମରକୋଟ ଥାନାରେ କେସ୍‌ ନଂ.୫୩/୨୩ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri