ସାଙ୍ଗକୁ କାଠଫାଳିଆରେ ପିଟି ହତ୍ୟା

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ମଣ୍ଡପ ବସ୍ତିରେ ଏକ ହତ୍ୟାକାଣ୍ଡ ଘଟିଛି। ମଦ ନ ଦେବାରୁ ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗକୁ ଏକ କାଠଫାଳିଆରେ ପିଟିପିଟି ହତ୍ୟା କରିଛି। ମୃତ ଯୁବକ ଜଣଙ୍କ ହେଲେ ଚନ୍ଦକା ଅଞ୍ଚଳର ରାହାସ ବେହେରା(୪୦)। ଖବରପାଇ ଶୁକ୍ରବାର ସକାଳୁ ଘଟଣାସ୍ଥଳରେ ପୋଲିସ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ସାଇଣ୍ଟିଫିକ୍‌ ଟିମ୍‌ ସେଠାରେ ରକ୍ତ ଲଗା କାଠଫାଳିଆ ଏବଂ ରକ୍ତ ନମୁନା ସଂଗ୍ରହ କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇବା ସହ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏନେଇ ଆଇପିସି ଦଫା ୩୦୨ରେ ଏକ ମାମଲା(ନଂ-୧୯୩/୨୦) ରୁଜୁ କରାଯାଇ ଗିରଫ ଅଭିଯୁକ୍ତ ମଣ୍ଡପବସ୍ତିର ସନାତନ ମୁଣ୍ଡାଙ୍କୁ କୋର୍ଟ ଚାଲାଣ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ରାହାସଙ୍କ ଘର ଚନ୍ଦକା ଅଞ୍ଚଳରେ ହୋଇଥିବାବେଳେ ଗାଡ଼କଣରେ ଥିବା ଜଣେ ସମ୍ପର୍କୀୟଙ୍କ ଘରେ ରହି ଦିନମଜୁରିଆ ଭାବେ କାର୍ଯ୍ୟ କରନ୍ତି। ହତ୍ୟାକାରୀ ସନାତନ ଏବଂ ରାହାସ ଉଭୟ ଭଲ ବନ୍ଧୁ। ଗୁରୁବାର ମଧ୍ୟରାତ୍ରିରେ ସନାତନ ମଦ ପିଇବାକୁ ରାହାସଙ୍କୁ ମଣ୍ଡପବସ୍ତିକୁ ଡାକିଥିଲେ। ପୂର୍ବରୁ ଉଭୟ ବହୁବାର ମଦ ପିଇଥିବାରୁ ରାହାସ ଭରସା କରି ଗୁରୁବାର ରାତିରେ ଉକ୍ତ ବସ୍ତିକୁ ଯାଇଥିଲେ। ସେଠାରେ ଉଭୟ ମଦ ମଧ୍ୟ ପିଇଥିଲେ। ସନାତନ ଅଧିକ ମଦ ପିଇବା ପାଇଁ ଜିଦ୍‌ ଧରିବାରୁ ରାହାସ ମନା କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସନାତନ ଏକ କାଠଫାଳିଆରେ ରାହାସଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ସେ ତଳେ ପଡିଯାଇ ଚିକତ୍ାର କରିଥିଲେ ମଧ୍ୟ ସନାତନ ଛାଡ଼ି ନଥିଲେ। ଶେଷରେ ଘଟଣାସ୍ଥଳରେ ରାହାସଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା। ବିଳମ୍ବିତ ରାତିରେ ଘଟଣା ସମ୍ପର୍କରେ ପୋଲିସ ଖବର ପାଇ ଉକ୍ତ ଜାଗାକୁ ସିଲ୍‌ କରିଥିଲା। ସକାଳୁ ପୋଲିସ ସେଠାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri