ସାଢ଼େ ଚାରି କୋଟି ଓଡ଼ିଆ ମୋ ପରିବାର, ସେମାନଙ୍କୁ ସମସ୍ତ ସୁଖ ସୁବିଧା ମିଳୁ ବୋଲି ମୁଁ ଚାହେଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ସାଢ଼େ ଚାରି କୋଟି ଓଡ଼ିଶାବାସୀ ମୋ ପରିବାର। ସେମାନଙ୍କ ଜୀବନଧାରଣର ମାନରେ ପରିବର୍ତ୍ତନ ଆଣିବା ଲାଗି କାମ କରିବା ଉଚିତ। ଆମ ସରକାର ଉପରେ ଜନସାଧାରଣଙ୍କ ଅତୁଟ ଆଶା ଓ ବିଶ୍ୱାସ ରହିଛି। ସାଧାରଣ ଲୋକଙ୍କ ଇଚ୍ଛା, ବିଶ୍ୱାସକୁ ଚରିତାର୍ଥ କରିବା ଆମର ପ୍ରମୁଖ କର୍ତ୍ତବ୍ୟ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର ଭୁବନେଶ୍ୱର ଲୋକ ସେବା ଭବନରେ ଆୟୋଜିତ ଆଇଏଏସ୍‌ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ବିଶେଷକରି ”ମୋ’ ସରକାର“ ଏବଂ ”୫-ଟି“କୁ ବ୍ୟାପକ ଓ ସଫଳ କରିବା ଲାଗି ସେ ଜିଲାପାଳଙ୍କୁ କହିଛନ୍ତି।

ନବନିର୍ମିତ ସମ୍ମିଳନୀ କକ୍ଷରେ ନବୀନ ବରିଷ୍ଠ ପ୍ରଶାସକ ଏବଂ ଜିଲାପାଳମାନଙ୍କୁ ମାର୍ଗଦର୍ଶନ କରି କହିଛନ୍ତି, ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ନେଇ ମୋର ଗୋଟିଏ ପରିବାର ଅଛି। ସେମାନଙ୍କ ଆଶୀର୍ବାଦରେ ମୁଁ ଗତ ୨୦ ବର୍ଷ ଧରି ସେମାନଙ୍କ ସେବା କରୁଛି। ଆମ ସମସ୍ତଙ୍କ ପାଇଁ ନିଜ ନିଜ ପରିବାର ଗୁରୁତ୍ୱପୂର୍ଣ୍ଣ। ଆମେ ସମସ୍ତେ ନିଜ ନିଜ ପିଲାଙ୍କୁ ଭଲ ପଢ଼ାଇବାକୁ ଚେଷ୍ଟା କରୁ। ଆମ ନିଜ ଭାଇ, ଭଉଣୀ ଭଲ ଚାକିରି କରନ୍ତୁ, ମାବାପା ଭଲ ସ୍ବାସ୍ଥ୍ୟ ସୁବିଧା ପାଆନ୍ତୁ ବୋଲି ଆମେ ଚାହୁଁ। ସେହିଭଳି ମୁଁ ମୋ ପରିବାରର ସମସ୍ତଙ୍କୁ ସୁଖ ସୁବିଧା ମିଳୁ ବୋଲି ଚାହେଁ। ଏଣୁ ଲୋକଙ୍କୁ ସର୍ବଶ୍ରେଷ୍ଠ ସେବା ପ୍ରଦାନ କରିବା ଆମର ପ୍ରମୁଖ କର୍ତ୍ତବ୍ୟ ହେବା ଉଚିତ। ଲୋକମାନେ ହିଁ ଗଣତନ୍ତ୍ରର ଆତ୍ମା। ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ମର୍ଯ୍ୟାଦା ଦିଅନ୍ତୁ ବୋଲି ସେ କହିଥିଲେ। ଏଥିସହ ଉପସ୍ଥିତ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଶପଥ ପାଠ କରାଇବା ସହ କିଛି ଯୁଗାନ୍ତକାରୀ ଆଇଡିଆ ଦେବାକୁ ଆହ୍ବାନ କରିଛନ୍ତି। ଏମିତି ଆଇଡିଆ ଦିଅନ୍ତୁ, ଯାହା ଗେମ୍‌ ଚେଞ୍ଜର ହେବ ବୋଲି ସେ କହିଛନ୍ତି।

ଏହି ସମ୍ମିଳନୀରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିକ୍ରମ କେଶରୀ ଆରୁଖ, ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ପ୍ରଦୀପ୍ତ ମହାପାତ୍ରଙ୍କ ସହ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟବୃନ୍ଦ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ସଚିବ, ଜିଲାପାଳ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri