ସାଢ଼େ ୩ବର୍ଷରେ ମଲେଣି ୧୦୪

ଢେଙ୍କାନାଳ ଅଫିସ,୨୪।୭-ଢେଙ୍କାନାଳ ଜିଲାରେ ସାପ କାମୁଡ଼ା ମୃତ୍ୟୁସଂଖ୍ୟା ଚିନ୍ତାଜନକ ହୋଇଛି। ଗତ ସାଢ଼େ ୩ବର୍ଷ ମଧ୍ୟରେ ଜିଲାରେ ସାପ କାମୁଡ଼ାରେ ୧୦୪ଜଣଙ୍କ ଜୀବନ ଗଲାଣି। ଗ୍ରାମାଞ୍ଚଳ ଏବଂ ଅପହଞ୍ଚ ଇଲାକାରେ ଏହି ସ୍ଥିତି ଅତ୍ୟନ୍ତ ଉଦ୍‌ବେଗଜନକ ରହିଛି। ସଚେତନତା ଅଭାବ ଏହାର ପ୍ରମୁଖ କାରଣ ବୋଲି କହିଛି ସ୍ବାସ୍ଥ୍ୟ ବିଭାଗ।
ବନ୍ୟପ୍ରାଣୀ ସଂରକ୍ଷଣ ଲାଗି କାର୍ଯ୍ୟ କରୁଥିବା ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ପ୍ରାପ୍ତ ସୂଚନା ଅନୁଯାୟୀ, ଜିଲାର ଥଣ୍ଡା ଜଳବାୟୁ ସାପବଂଶ ଲାଗି ସୁରକ୍ଷିତ ସାବ୍ୟସ୍ତ ହୋଇଆସିଛି। ସଂରକ୍ଷିତ ଜଙ୍ଗଲ ସାପଙ୍କ ପ୍ରାକୃତିକ ଆବାସସ୍ଥଳୀ ପାଲଟିଛି। ଜିଲାରେ ଏବେ ୯୩ ପ୍ରକାର ସାପ ଅଛନ୍ତି। ସେମାନଙ୍କ ମଧ୍ୟରୁ ୮ ପ୍ରଜାତି ହେଉଛି ବିଷଧର।
ଜିଲା ଜରୁରୀ ଓ ଆପତ୍‌କାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ରଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୧୬ରେ ଜିଲାରେ ସାପ କାମୁଡ଼ାରେ ୨୮ଜଣଙ୍କ ମୃତ୍ୟୁ ଘଟିଥିଲା। ଏହିକ୍ରମରେ ୨୦୧୭ରେ ୨୬, ୨୦୧୮ରେ ୩୧ ଏବଂ ୨୦୧୯ ଜୁଲାଇ ସୁଦ୍ଧା ୯ଜଣ ପ୍ରାଣ ହରାଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ଏବଂ ତଦନ୍ତ ରିପୋର୍ଟ ଆଧାରରେ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ପ୍ରଦାନ କରାଯାଉଛି। ନିକଟରେ ହୋଇଥିବା ବିପର୍ଯ୍ୟୟ ପରିଚାଳନା କମିଟି ବୈଠକରେ ଜିଲାରେ ବୃଦ୍ଧି ପାଉଥିବା ସାପକାମୁଡ଼ା ମୃତ୍ୟୁସଂଖ୍ୟାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଥିଲା। ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ପର୍ଯ୍ୟାପ୍ତ ପ୍ରତିଷେଧକ ମହଜୁଦ୍‌ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ଜନସାଧାରଣ ସଚେତନ ହେଲେ ମୃତ୍ୟୁହାରକୁ ଅନେକାଂଶରେ କମାଇ ଦିଆଯାଇପାରିବ ବୋଲି ଜିଲା ଜରୁରୀ ଓ ଆପତ୍‌କାଳୀନ ଅଧିକାରୀ ପରାମର୍ଶ ଦେଇଛନ୍ତି।
ଏ ନେଇ ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର କୁହନ୍ତି, ସଚେତନତା ଅଭାବ, ଚିକିତ୍ସାରେ ବିଳମ୍ବ ଯୋଗୁ ସାପକାମୁଡ଼ା ରୋଗୀ ମୃତ୍ୟୁମୁଖରେ ପଡୁଛନ୍ତି। ସାପ କାମୁଡ଼ିଲେ ତୁରନ୍ତ ରୋଗୀର ମୃତ୍ୟୁ ହୁଏନାହିଁ। ପରିବାର ସଦସ୍ୟ ଏବଂ ରୋଗୀ ଧୈର୍ଯ୍ୟହରା ନ ହୋଇ ତୁରନ୍ତ ଡାକ୍ତରଖାନାରେ ପହଞ୍ଚତ୍ବା ଆବଶ୍ୟକ। ଠିକ୍‌ ସମୟରେ ଚିକିତ୍ସା କରାଗଲେ ରୋଗୀକୁ ବଞ୍ଚାଇ ଦିଆଯାଇପାରିବ। ହେଲେ ଏଥିପ୍ରତି ଲୋକେ ସଚେତନ ହେଉନାହାନ୍ତି। ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଗୁଣିଗାରେଡ଼ି, ଝଡ଼ାଫୁଙ୍କା ଚିକିତ୍ସା କରାଉଛନ୍ତି। ସେଠାରୁ ସୁଫଳ ନ ମିଳିଲେ ଡାକ୍ତରଖାନା ଆଣୁଛନ୍ତି। ସେତେବେଳକୁ ବିଳମ୍ବ ହୋଇଯାଉଛି। ରୋଗୀର ମୃତ୍ୟୁ ଘଟୁଛି। ଜିଲା ମୁଖ୍ୟ ସ୍ବାସ୍ଥ୍ୟକେନ୍ଦ୍ର, ଉପଖଣ୍ଡ ଚିକିତ୍ସାଳୟ ସମେତ ସମସ୍ତ ଚିକିତ୍ସାଳୟରେ ସାପ କାମୁଡ଼ା ଇଞ୍ଜେକ୍ସନ ଓ ଔଷଧ ମହଜୁଦ ଅଛି। ଏବେ ସମସ୍ତ ଔଷଧ ଅନ୍‌ଲାଇନ୍‌ରେ ଯୋଗାଣ ହେଉଛି ବୋଲି ସିଡିଏମ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri