ସାଢ଼େ ୩ ହଜାର ଅଚଳ ଉପଗ୍ରହ ଯୋଗୁ ପ୍ରଦୂଷିତ ହେଉଛି ମହାକାଶ: ୨୦୨୫ଠାରୁ ପୃଥିବୀକୁ ଫେରାଇ ଅଣାଯିବ

ଲଣ୍ଡନ,୧୨।୧୨: ଗତ ୬୦ ବର୍ଷ ମଧ୍ୟରେ ମହାକାଶରେ ସାଢ଼େ ୩ ହଜାରରୁ ଅଧିକ ଅଚଳ ଉପଗ୍ରହ ଜମା ହୋଇ ରହିଛି। ଏଠାରେ ସାଢ଼େ ୭ ଲକ୍ଷରୁ ଅଧିକ ଛୋଟ ଛୋଟ ଭଙ୍ଗାରୁଜା ଅଂଶ ମଧ୍ୟ ରହିଛି। ଫଳରେ ମହାକାଶ ପ୍ରଦୂଷିତ ହେବାରେ ଲାଗିଛି। ଘଣ୍ଟାପ୍ରତି ୨୦ ହଜାର କିମି ବେଗରେ ଏହି ଅଚଳ ଉପଗ୍ରହ ଗୁଡ଼ିକ ପୃଥିବୀର ପରିକ୍ରମା କରୁଛନ୍ତି। ଏହା ଦ୍ୱାରା ଭବିଷ୍ୟତରେ ମହାକାଶକୁ ଉପଗ୍ରହ ପଠାଇବାରେ ଅସୁବିଧା ସୃଷ୍ଟି ହେବାର ଆଶଙ୍କା ରହିଛି। ତେଣୁ ୟୁରୋପିଆନ୍‌ ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ ୨୦୨୫ଠାରୁ ଏସବୁ ଅଚଳ ଉପଗ୍ରହ ଏବଂ ଭଙ୍ଗାରୁଜା ଟୁକୁଡ଼ାକୁ ପୃଥିବୀ ପୃଷ୍ଠକୁ ଫେରାଇ ଅଣାଯିବା କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସୂଚନା ଦିଆଯାଇଛି। ଏହି ପ୍ରଥମ ‘ସ୍ପେସ୍‌ ଜଙ୍କ କଲେକ୍ଟର’ ଅଭିଯାନକୁ କି୍ଲୟର ସ୍ପେସ୍‌-୧ ଭାବେ ନାମିତ କରାଯାଇଛି। ସୁଇଜରଲାଣ୍ଡର ଏକ ଷ୍ଟାଟ୍‌ ଅପ୍‌ ଦ୍ୱାରା ଏହା କରାଯିବ। ଏଥି ପାଇଁ ୯୪୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି କୁହାଯାଉଛି। ବ୍ରିଟେନ୍‌ ଏହି ଅଭିଯାନ ପାଇଁ ଶହେ କୋଟି ଟଙ୍କାର ସହାୟତା ଯୋଗାଇ ଦେବ ବୋଲି କହିଛି। ଏବେ ମହାକାାରେ ପ୍ରାୟ ୨ ହଜାର ଚଳନକ୍ଷମ ଉପଗ୍ରହ ରହିଛି। ତେବେ ମହାକାଶକୁ ପରିଷ୍କାର ରଖିବା ପ୍ରତିଟି ବିକଶିତ ଦେଶର ପ୍ରଥମ କର୍ତ୍ତବ୍ୟ ବୋଲି ୟୁରୋପିଆନ୍‌ ମହାକାଶ ଗବେଷଣା ସଂସ୍ଥାର ମହାନିର୍ଦ୍ଦେଶକ ଜୈନ୍‌ ବୋର୍ନର କହିଛନ୍ତି। ଏନେଇ ନୂଆ ନିୟମ ପ୍ରଣୟନର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍‌ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି…

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri