ସାତ ପାହାଚରେ ଗୋଡ଼ ଖସିଲା: ଶ୍ରୀମନ୍ଦିର ବୋଝିଆ ଗୁରୁତର

ପୁରୀ ଅଫିସ, ୬ା୧୧୧: ଶ୍ରୀମନ୍ଦିରରେ ବୁଧବାର ଜଣେ ବୋଝିଆ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାମ ଦୁଃଶାସନ ଜେନା (୪୫)। ସାତପାହାଚରେ ଗୋଡ଼ ଖସିଯିବାରୁ ସେ ତଳେ ପଡ଼ିଯାଇଥିଲେ। ତାଙ୍କ ଅଣ୍ଟା ଓ ଆଣ୍ଠୁରେ ଗଭୀର ଆଘାତ ଲାଗିଛି।
ସୂଚନା ମୁତାବକ, ଉତ୍ତରଣା ମଠ ସାହିର ଦୁଃଶାସନ ଶ୍ରୀମନ୍ଦିରରେ ବୋଝିଆ କାମ କରନ୍ତି। ବୁଧବାର ଅପରାହ୍ନରେ ସେ ଭଅଣ୍ଡ ଘରୁ ଏକ ବେତାରେ ଡାଲି, ଅନ୍ନ ଧରି ଆସୁଥିଲେ। ସାତ ପାହାଚରୁ ତଳକୁ ଗୋଡ଼ ପକାଉଥିବାବେଳେ ତାଙ୍କ ଗୋଡ଼ ଖସିଯାଇଥିଲା। ଫଳରେ ଅବଢା ଢାଳି ହୋଇଯିବା ସହ ସେ ପଡ଼ିିଯାଇଥିଲେ। ତାଙ୍କ ଅଣ୍ଟାରେ ଶକ୍ତ ଆଘାତ ଲାଗିଥିଲା। ଡାହାଣ ଗୋଡ଼ ଆଣ୍ଠୁ ମଧ୍ୟ ମାଡ଼ ହୋଇଥିଲା। ତୁରନ୍ତ ସାଥୀ ବୋଝିଆମାନେ ତାଙ୍କୁ ଶ୍ରୀମନ୍ଦିର ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଶ୍ରୀମନ୍ଦିର ମହାପ୍ରସାଦ ବାହକ ସଂଘ ସଭାପତି ରୋହିତ ଦାସ କହିଛନ୍ତି, ଯିବା ଆସିବା ଦ୍ୱାରା ଭଅଣ୍ଡଘର ପାହାଚ ସମେତ ସାତପାହାଚ ମସୃଣ ହୋଇଗଲାଣି। ବାରମ୍ବାର ବୋଝିଆଙ୍କ ଗୋଡ଼ ଖସି ଦୁର୍ଘଟଣା ଘଟୁଛି। ମସୃଣ ପଥର ବଦଳାଇବାକୁ ସେମାନେ ଦାବି କରୁଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଫଳରେ ଦୁର୍ଘଟଣା ବଢୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri