ସାତ ପାହାଚରେ ଗୋଡ଼ ଖସିଲା: ଶ୍ରୀମନ୍ଦିର ବୋଝିଆ ଗୁରୁତର

ପୁରୀ ଅଫିସ, ୬ା୧୧୧: ଶ୍ରୀମନ୍ଦିରରେ ବୁଧବାର ଜଣେ ବୋଝିଆ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାମ ଦୁଃଶାସନ ଜେନା (୪୫)। ସାତପାହାଚରେ ଗୋଡ଼ ଖସିଯିବାରୁ ସେ ତଳେ ପଡ଼ିଯାଇଥିଲେ। ତାଙ୍କ ଅଣ୍ଟା ଓ ଆଣ୍ଠୁରେ ଗଭୀର ଆଘାତ ଲାଗିଛି।
ସୂଚନା ମୁତାବକ, ଉତ୍ତରଣା ମଠ ସାହିର ଦୁଃଶାସନ ଶ୍ରୀମନ୍ଦିରରେ ବୋଝିଆ କାମ କରନ୍ତି। ବୁଧବାର ଅପରାହ୍ନରେ ସେ ଭଅଣ୍ଡ ଘରୁ ଏକ ବେତାରେ ଡାଲି, ଅନ୍ନ ଧରି ଆସୁଥିଲେ। ସାତ ପାହାଚରୁ ତଳକୁ ଗୋଡ଼ ପକାଉଥିବାବେଳେ ତାଙ୍କ ଗୋଡ଼ ଖସିଯାଇଥିଲା। ଫଳରେ ଅବଢା ଢାଳି ହୋଇଯିବା ସହ ସେ ପଡ଼ିିଯାଇଥିଲେ। ତାଙ୍କ ଅଣ୍ଟାରେ ଶକ୍ତ ଆଘାତ ଲାଗିଥିଲା। ଡାହାଣ ଗୋଡ଼ ଆଣ୍ଠୁ ମଧ୍ୟ ମାଡ଼ ହୋଇଥିଲା। ତୁରନ୍ତ ସାଥୀ ବୋଝିଆମାନେ ତାଙ୍କୁ ଶ୍ରୀମନ୍ଦିର ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ତାଙ୍କର ଚିକିତ୍ସା କରାଯାଉଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଶ୍ରୀମନ୍ଦିର ମହାପ୍ରସାଦ ବାହକ ସଂଘ ସଭାପତି ରୋହିତ ଦାସ କହିଛନ୍ତି, ଯିବା ଆସିବା ଦ୍ୱାରା ଭଅଣ୍ଡଘର ପାହାଚ ସମେତ ସାତପାହାଚ ମସୃଣ ହୋଇଗଲାଣି। ବାରମ୍ବାର ବୋଝିଆଙ୍କ ଗୋଡ଼ ଖସି ଦୁର୍ଘଟଣା ଘଟୁଛି। ମସୃଣ ପଥର ବଦଳାଇବାକୁ ସେମାନେ ଦାବି କରୁଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଫଳରେ ଦୁର୍ଘଟଣା ବଢୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri