ସାଧାରଣତନ୍ତ୍ର ଦିବସକୁ ନେଇ ମନ୍ତ୍ରୀଙ୍କ ଜ୍ଞାନ: ୧୯୮୫ରେ ଲାଗୁ ହୋଇଛି ଦେଶର ସମ୍ବିଧାନ

ପାଟନା,୨୬।୧: ଦେଶ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ବିହାରର ଜଣେ ମନ୍ତ୍ରୀଙ୍କ ଜ୍ଞାନ ଏବେ ଚର୍ଚ୍ଚାକୁ ଆସିଛି। ବିହାର ବିଧାନସଭାରେ ମନ୍ତ୍ରୀଥିବା ବିମା ଭାରତି କହିଛନ୍ତି ୧୯୮୫ମସିହାରେ ଦେଶରେ ସମ୍ବିଧାନ ଲାଗୁ ହୋଇଥିଲା। ଏହା କହିବା ପରେ କିଛି ସମୟ ଅଟକି ଯାଇ ସେ ପୁଣି କହିଥିଲେ ଦେଶରେ ସମ୍ବିଧାନ ୧୯୫୫ରେ ଲାଗୁ ହୋଇଥିଲା। ରବିବାର ବିହାର ସମସ୍ତିପୁରର ପଟେଲ ମଇଦାନରେ ଆୟୋଜିତ ଉତ୍ସବରେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ପରେ ଜନତାଙ୍କୁ ଉଦ୍‌ବୋଧନ ଦେବା ସମୟରେ ସେ ଏକଥା କହିଛନ୍ତି। ସେ କହିଥିଲେ ସମ୍ବିଧାନ ଲାଗୁ ହେବା ଫଛରେ ମାହାତ୍ମା ଗାନ୍ଧୀଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ସାଧାରଣତନ୍ତ୍ର ଦିବସରେ ଆମେ ତାକୁ ଶ୍ରଦ୍ଧାର ସହ ମନେପକାଇଥାଉ। ଏହାସହ ସମ୍ବିଧାନ ଗଢିବାରେ ଡା. ରାଜେନ୍ଦ୍ର ପ୍ରସାଦ ଓ ବାବ ସାହେବ ଭୀମରାଓ ଆମ୍ବେଦକରଙ୍କ ଅବଦାନ ଅତୁଳନୀୟ ବୋଲି ମଧ୍ୟ ସେ କହିଥିଲେ। ୪୩ ବର୍ଷୀୟା ବିମା ପୂର୍ଣ୍ଣିୟା ଜିଲାର ରୁପୌଲି ବିଧାନସଭା ଆସନରୁ ଜେଡିୟୁ ପାର୍ଥୀ ବୋଲି ଜଣାପଡିଛି। ତାଙ୍କ ସ୍ବାମୀ ସ୍ଥାନୀୟ ଅଞ୍ଚଳର ବାହୁବଳୀ ଭାବେ ବେଶ୍‌ ପରିଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri