ସାଧାରଣତନ୍ତ୍ର ଦିବସକୁ ନେଇ ମନ୍ତ୍ରୀଙ୍କ ଜ୍ଞାନ: ୧୯୮୫ରେ ଲାଗୁ ହୋଇଛି ଦେଶର ସମ୍ବିଧାନ

ପାଟନା,୨୬।୧: ଦେଶ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ବିହାରର ଜଣେ ମନ୍ତ୍ରୀଙ୍କ ଜ୍ଞାନ ଏବେ ଚର୍ଚ୍ଚାକୁ ଆସିଛି। ବିହାର ବିଧାନସଭାରେ ମନ୍ତ୍ରୀଥିବା ବିମା ଭାରତି କହିଛନ୍ତି ୧୯୮୫ମସିହାରେ ଦେଶରେ ସମ୍ବିଧାନ ଲାଗୁ ହୋଇଥିଲା। ଏହା କହିବା ପରେ କିଛି ସମୟ ଅଟକି ଯାଇ ସେ ପୁଣି କହିଥିଲେ ଦେଶରେ ସମ୍ବିଧାନ ୧୯୫୫ରେ ଲାଗୁ ହୋଇଥିଲା। ରବିବାର ବିହାର ସମସ୍ତିପୁରର ପଟେଲ ମଇଦାନରେ ଆୟୋଜିତ ଉତ୍ସବରେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ପରେ ଜନତାଙ୍କୁ ଉଦ୍‌ବୋଧନ ଦେବା ସମୟରେ ସେ ଏକଥା କହିଛନ୍ତି। ସେ କହିଥିଲେ ସମ୍ବିଧାନ ଲାଗୁ ହେବା ଫଛରେ ମାହାତ୍ମା ଗାନ୍ଧୀଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ସାଧାରଣତନ୍ତ୍ର ଦିବସରେ ଆମେ ତାକୁ ଶ୍ରଦ୍ଧାର ସହ ମନେପକାଇଥାଉ। ଏହାସହ ସମ୍ବିଧାନ ଗଢିବାରେ ଡା. ରାଜେନ୍ଦ୍ର ପ୍ରସାଦ ଓ ବାବ ସାହେବ ଭୀମରାଓ ଆମ୍ବେଦକରଙ୍କ ଅବଦାନ ଅତୁଳନୀୟ ବୋଲି ମଧ୍ୟ ସେ କହିଥିଲେ। ୪୩ ବର୍ଷୀୟା ବିମା ପୂର୍ଣ୍ଣିୟା ଜିଲାର ରୁପୌଲି ବିଧାନସଭା ଆସନରୁ ଜେଡିୟୁ ପାର୍ଥୀ ବୋଲି ଜଣାପଡିଛି। ତାଙ୍କ ସ୍ବାମୀ ସ୍ଥାନୀୟ ଅଞ୍ଚଳର ବାହୁବଳୀ ଭାବେ ବେଶ୍‌ ପରିଚିତ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri