Posted inଜାତୀୟ

ସାଧାରଣତନ୍ତ୍ର ଦିବସରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ବିଏସ୍‌ଏଫ୍‌ ପକ୍ଷରୁ ‘ଅପରେଶନ୍‌ ଥଣ୍ଡା ପବନ’ ଆରମ୍ଭ

ନୂଆଦିଲ୍ଲୀ,୨୨।୧: ସାଧାରଣତନ୍ତ୍ର ଦିବସରେ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଏସ୍‌ଏଫ୍‌ ପକ୍ଷରୁ ଭାରତ-ପାକିସ୍ତାନ ସୀମାରେ ଅପରେଶନ୍‌ ଥଣ୍ଡା ପବନ’ ଆରମ୍ଭ ହୋଇଛି। ସୀମାରେ ୧୫ ଦିନ ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। ୬ଟି ଉପାୟରେ ଆତଙ୍କବାଦୀ ଆକ୍ରମଣ ଲାଗି ଆଇଏସ୍‌ଆଇ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ରିପୋର୍ଟ ଜାରି ହୋଇଛି। ପ୍ରଥମତଃ ଅସ୍ତ୍ର ବିରତି ଉଲ୍ଲଂଘନ ଆଳରେ ଆଫଗାନୀ ଏବଂ ତାଲିବାନୀ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ପାଇଁ ଆଇଏସ୍‌ଆଇ ଯୋଜନା କରିଛି। ସେହିପରି ପାକିସ୍ତାନୀ ଡ୍ରୋନ୍‌ ଦ୍ୱାରା ପଞ୍ଜାବ ଏବଂ ରାଜସ୍ତାନରେ ଅସ୍ତ୍ରଶସ୍ତ୍ର ପହଞ୍ଚାଇବା ଲାଗି ମଧ୍ୟ ଊଦ୍ୟମ କରାଯିବାର ଆଶଙ୍କା ରହିଥିବା ଗୋଇନ୍ଦା ରିପୋର୍ଟରେ ଦର୍ଶାଯାଇଛି। ଅଟାରୀ ସୀମା, ହୁସୈନିବାଲା ସୀମା ଏବଂ କରତାରପୁର କରିଡୋର ଦେଇ ଆତଙ୍କବାଦୀ ଅନୁପ୍ରବେଶ କରାଯିବାର ଉଦ୍ୟମ ମଧ୍ୟ ଆଇଏସ୍‌ଆଇ କରିବ ବୋଲି ଆଶଙ୍କା କରାଯାଉଛି। ଜମ୍ମୁର ୧୩ଟି ଛୋଟ ନାଳ ଏବଂ ୩ ବଡ଼ ନଦୀ ପଥ ଦେଇ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଯିବା ଉଦ୍ୟମ ନେଇ ସତର୍କ ସୂଚନା ଜାରି ହୋଇଛି। ସେହିପରି ଗୁଜରାଟର ହରାମି ନାଳ ମଧ୍ୟ ଦେଇ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଳାଗି ଆଇଏସ୍‌ଆଇ ଯୋଜନା କରିଥିବା ଗୋଇନ୍ଦା ରିପୋର୍ଟରେ ପ୍ରକାଶ ପାଇଛି। ସୁରକ୍ଷା ଦୃଷ୍ଟିରୁ ଏସବୁ ସ୍ଥାନରେ ଅତିରିକ୍ତ ଯବାନଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri