Posted inଖେଳ

ସାଧାରଣତନ୍ତ୍ର ଦିବସରେ ଟିମ୍‌ ଇଣ୍ଡିଆର ଭେଟି

ଅକ୍‌ଲାଣ୍ଡ,୨୬।୧- ଦେଶର ୭୧ତମ ସାଧାରଣତନ୍ତ୍ର ଦିବସରେ ବିଜୟ ଭେଟି ଦେଇଛି ଟିମ୍‌ ଇଣ୍ଡିଆ। ସ୍ଥାନୀୟ ଇଡେନ ପାର୍କରେ ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ଭାରତ ସହଜରେ ଜିତିନେଇଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୧୩୩ ରନ୍‌ର ବିଜୟ ଲକ୍ଷ୍ୟକୁ ଲୋକେଶ ରାହୁଲଙ୍କ ଅପରାଜିତ ଅର୍ଦ୍ଧଶତକ ଯୋଗୁ ଭାରତ ୧୭.୩ ଓଭରରେ ହାସଲ କରିଛି। ଫଳରେ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଭାରତ ୨-୦ର ଅଗ୍ରଣୀ ହାସଲ କରିଛି।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ଦଳ ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୩୨ ରନ୍‌ କରିଥିଲା। ଦଳ ପାଇଁ ମାର୍ଟିନ ଗୁପ୍‌ଟିଲ ୩୩, ଟିମ ସେଫର୍ଟ ୩୩ ଓ କଲିନ ମୁନ୍‌ରୋ ୨୬ ରନ୍‌ କରିଥିଲେ। ଭ୍ରମଣକାରୀ ବୋଲରଙ୍କ ମଧ୍ୟରେ ରବୀନ୍ଦ୍ର ଜାଡେଜା ୨ ଉଇକେଟ ଅକ୍ତିଆର କରିଥିବାବେଳେ ଶାର୍ଦ୍ଦୁଳ ଠାକୁର, ଯଶ୍‌ପ୍ରୀତ ବୁମରା ଓ ଶିବମ୍‌ ଦୁବେ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ପୂର୍ବ ମ୍ୟାଚ୍‌ ଭଳି ଏଥର ମଧ୍ୟ ରୋହିତ ଶର୍ମା (୮) ଶସ୍ତାରେ ଆଉଟ୍‌ ହୋଇଥିଲେ। ତାଙ୍କ ପରେ ପଡ଼ିଥିଲା ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପାଳି। ସେ ମାତ୍ର ୧୧ ରନ୍‌ କରିବାକୁ ସକ୍ଷମ ହୋଇଥିଲେ। ତୃତୀୟ ଉଇକେଟ ପାଇଁ ରାହୁଲ ଓ ଶ୍ରେୟାସ ଆୟାର ୮୬ ରନ୍‌ର ଭାଗୀଦାରି କରି ଦଳର ବିଜୟ ସୁନିଶ୍ଚିତ କରିଥିଲେ। ଆୟାର ୪୪ ରନ୍‌ କରି ପ୍ୟାଭିଲିୟନ ଫେରିଥିଲେ। ଅଲରାଉଣ୍ଡର ଶିବମ୍‌ ଛକା ଲଗାଇ ମ୍ୟାଚ୍‌ ଶେଷ କରିଥିଲେ। ଫଳରେ ଭାରତ ୧୭.୨ ଓଭରରେ ୩ ଉଇକେଟ ବିନିମୟରେ ୧୩୫ ରନ୍‌ କରି ମ୍ୟାଚ୍‌ ଜିତି ନେଇଛି। ବିଜୟୀ ଦଳ ପକ୍ଷରୁ ରାହୁଲ ୫୭* ରନ୍‌ କରିଥିଲେ। ତାଙ୍କ ଇନିଂସରେ ଥିଲା ୩ ଚୌକା ଓ ୨ ଛକା। ଶିବମ୍‌ ୮ ରନ୍‌ କରି ଅପରାଜିତ ଥିଲେ। ଘରୋଇ ଦଳ ଲାଗି ଟିମ୍‌ ସୌଦି ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri