ସାଧାରଣତନ୍ତ୍ର ଦିବସ: ଅଭିବାଦନ ଗ୍ରହଣ କଲେ ମନ୍ତ୍ରୀ

ଅନୁଗୋଳ ଅଫିସ,୨୬।୧: ଅନୁଗୋଳ ଷ୍ଟାଡିୟମଠାରେ ରବିବାର ୭୧ତମ ଜିଲାସ୍ତରୀୟ ସଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ଅତିରିକ୍ତ ଏସ୍‌ପି ଯଦୁନାଥ ହାଁସଦାଙ୍କ ସମେତ ଜିଲାର ବହୁ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ସୂଚନା ଦେବା ସହ ସାଧାରଣ ଲୋକେ ଏସବୁ ଯୋଜନାର ଲାଭ ଉଠାଇବାକୁ ପରାମର୍ଶ ଦେଇଥିଲେ । ପରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଲାଭ କରିଥିବା ବ୍ୟକ୍ତିବିଶେଷ ଓ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ବଢ଼ିଲା କୃଷ୍ଣସାର ମୃଗଙ୍କ ସଂଖ୍ୟା

ଗଞ୍ଜାମ,୩।୨(ବିଦ୍ୟାଧର ସାହୁ):ଗଞ୍ଜାମରେ ବୃଦ୍ଧି ପାଇଛି କୃଷ୍ଣସାର ମୃଗଙ୍କ ସଂଖ୍ୟା। ଏ ନେଇ ପିସିସିଏଫ ବନ୍ୟପ୍ରାଣୀ ଏକ୍ସରେ ସୂଚନା ଦେଇଛନ୍ତି। ପ୍ରଶିକ୍ଷିତ ଟିମ, ଡ୍ରୋନ ଓ AI ସହାୟତାରେ…

ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ

ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା…

ଭାଜପା ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟଙ୍କ ଘର ଉପରରେ ଆକ୍ରମଣ: ୧୫ ଅଟକ , ଗାଁରେ ପୋଲିସ ଛାଉଣି

ମୋହନା,୩।୨(ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟା…

ନାଚ ସାରି ଫେରୁଥିଲେ ମେଲୋଡି କଳାକାର, ରାସ୍ତାରେ ଅଟକାଇ ମାଡ଼ ମାରିଲେ…

ଆଠଗଡ଼,୩।୨: ନାଚ ସାରି ଫେରୁଥିଲେ ମେଲୋଡି କଳାକାର ରାସ୍ତାରେ ଅଟକାଇ ମାରିଲେ ଦୁବୃର୍ତ୍ତ। ଏଭଳି ଘଟଣା ଘଟିଛି କଟକ ଜିଲା ତିଗିରିଆ ଥାନା ପାଳପୁଟ ଗାଁରେ। ସୂଚନାଯୋଗ୍ୟ,…

ଭକ୍ତ ଦାସଙ୍କ ବଡ଼ ଦାବି: ପୌର, ଏନ୍‌ଏସି ନିର୍ୱାଚନ ବାଲଟ୍‌ରେ ହେଉ

ଭୁବନେଶ୍ୱର,୩।୨: ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି) ନିର୍ୱାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି…

ଝିଅର ବାପା ହୋଇ ବିବାହ କରାଇଲେ ମୁଖ୍ୟମନ୍ତ୍ରୀ, ୨୦୧ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…

ପୁରୁଷୋତ୍ତମପୁର,୩।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି…

‘ପ୍ରଚେଷ୍ଟା ଜାରି ରହିଲେ ସଫଳତା ଆପେ ଆପେ ମିଳିବ’ , ମହାବିଦ୍ୟାଳୟର ବାର୍ଷିକୋତ୍ସବରେ ଯୋଗ ଦେଇ ଏମିତି କହିଲେ…

ଭଞ୍ଜନଗର,୩/୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ୪୪ ତମ ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭଞ୍ଜନଗର ଡେପୁଟି କଲେକ୍ଟର ରଚିତା…

ତୃତୀୟ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ଘଟଣା: ଆଶ୍ୱାସନା ଦେଲେ ଅଧିକାରୀ

ଦାରିଙ୍ଗବାଡି, ୩।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପାଦ୍ରୀପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଗଣିତ ଖାତା ଆଣି ନ ଥିବାରୁ ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri