ସାଧାରଣତନ୍ତ୍ର ଦିବସ: ଅଭିବାଦନ ଗ୍ରହଣ କଲେ ମନ୍ତ୍ରୀ

ଅନୁଗୋଳ ଅଫିସ,୨୬।୧: ଅନୁଗୋଳ ଷ୍ଟାଡିୟମଠାରେ ରବିବାର ୭୧ତମ ଜିଲାସ୍ତରୀୟ ସଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ଅତିରିକ୍ତ ଏସ୍‌ପି ଯଦୁନାଥ ହାଁସଦାଙ୍କ ସମେତ ଜିଲାର ବହୁ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ସୂଚନା ଦେବା ସହ ସାଧାରଣ ଲୋକେ ଏସବୁ ଯୋଜନାର ଲାଭ ଉଠାଇବାକୁ ପରାମର୍ଶ ଦେଇଥିଲେ । ପରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଲାଭ କରିଥିବା ବ୍ୟକ୍ତିବିଶେଷ ଓ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।