ସାଧାରଣରେ ପରିଣତ ହେଲାଣି କରୋନା କଟକଣା ଉଲ୍ଲଂଘନ: ରାଶନ ବଣ୍ଟନ ସମୟରେ ରହୁନି ସାମାଜିକ ଦୂରତ୍ୱ, ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ବରଗଡ଼ ଅଫିସ୍‌,୧୦।୪: କରୋନା(କୋଭିଡ୍‌-୧୯) ଭୂତାଣୁକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ମାତ୍ର ବିଭିନ୍ନ ସ୍ଥାନରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖିବାକୁ ମିଳିଛି । ପରିବା ବଜାର, ତେଜରାତି, ମାଛ, ମାଂସ ଦୋକାନରେ ଏହା ସାଧାରଣରେ ପରିଣତ ହୋଇଥିବାବେଳେ ରାଶନ ବଣ୍ଟନ କେନ୍ଦ୍ର ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହିଁ। ଶୁକ୍ରବାର ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼-୧୩ସ୍ଥିତ ଏକ ଅଙ୍ଗନୱାଡ଼ି କେନ୍ଦ୍ରରେ ରାଶନ ବଣ୍ଟନ ସମୟରେ ତାହା ପରିଲକ୍ଷିତ ହୋଇଥିଲା। ଲୋକେ ଧାଡ଼ି ବାନ୍ଧି ରହିଥିଲେ ହେଁ ସେମାନଙ୍କ ମଧ୍ୟରେ ସାମାଜିକ ଦୂରତା ନଥିବା ଦେଖିବାକୁ ମିଳିଛି । ତେବେ କେବଳ ଏହି ରାଶନ ବଣ୍ଟନ କେନ୍ଦ୍ର ନୁହେଁ, ଜିଲାର ଅନେକ ସ୍ଥାନରେ ଏଭଳି ସାମାଜିକ ଦୂରତାକୁ ଖୋଲାଖୋଲି ଉଲ୍ଲଂଘନ କରି ରାଶନ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଥିବାବେଳେ ଏକକାଳୀନ ବଦଳରେ ପର୍ଯ୍ୟାୟକ୍ରମେ ଏକ କେନ୍ଦ୍ରରେ ହିତାଧିକାରୀଙ୍କୁ ତାହା ବିତରଣ କରାଗଲେ ବଣ୍ଟନ ସମୟରେ ସାମାଜିକ ଦୂରତା ରହି ପାରିବ ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri