Posted inଜାତୀୟ

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ ବୋଲି ବୁଥ ବାହୁଡା ମତରୁ ଜଣାପଡିଛି। ପାଖାପାଖି ସବୁ ଏକଜିଟ ପୋଲରେ ପୁଣି ଥରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ଏନଡିଏ କେନ୍ଦ୍ରରେ ସରକାର ଗଠନ କରିବା ନେଇ ଅନୁମାନ କରାଯାଉଛି। ବିରୋଧୀ ଦଳଗୁଡିକ ପକ୍ଷରୁ ଅନେକ ଆରୋପ ଲଗାଯାଇଥିଲେ ମଧ୍ୟ ଲୋକମାନେ ପୁଣି ଥରେ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାର ଉପରେ ଭରସା କରିଛନ୍ତି। ଜାଣନ୍ତୁ କ’ଣ କହୁଛି ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେ।
ସଂସ୍ଥାର ନାମ                              ଭାଜପା+              କଂଗ୍ରେସ+        ଅନ୍ୟ
ରିପବ୍ଲିକ ଏବଂ ସି ଭୋଟର               ୨୮୭                  ୧୨୮            ୧୨୭
ଟାଇମସ ନାଓ ଏବଂ ଭିଏମଆର୍‌        ୩୦୬                  ୧୩୨            ୧୦୪
ଜନ କି ବାତ୍‌                                ୩୦୫                  ୧୨୪            ୧୧୩
ଚାଣକ୍ୟ                                      ୩୪୦                  ୭୦              ୧୩୩
ଆଜତକ୍‌ ଆକ୍ସିସ୍‌ ଇଣ୍ଡିଆ                 ୧୭୫-୧୮୮         ୭୩-୯୬        ୩୭-୫୨


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri